ତିଆରି ହେଲା ଅସ୍ଥାୟୀ ପୋଲ, ଗାଁକୁ ଗଲା ମେଡିକାଲ ଟିମ୍‌

ପାପଡାହାଣ୍ଡି, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ସରପଞ୍ଚ ଚନ୍ଦ୍ର ଧ୍ୱଜ ମାଝି ଝାଡାବାନ୍ତି ଆକ୍ରାନ୍ତ ଗ୍ରାମ ତୁଳସୀପଦର ଲାଗି ଅସ୍ଥାୟୀ ପୋଲ ନିର୍ମାଣ କକରିଛନ୍ତି। ସ୍ଥାନୀୟ ଅଞ୍ଚଳର କେତେଜଣଙ୍କୁ ନେଇ ନାଳରେ ଏକ ସିମେଣ୍ଟ ପୋଲ ଓ କାଠ ପକାଇ ସେ ଏହି ଅସ୍ଥାୟୀ ପୋଲ ତିଆରି କରିଛନ୍ତି।
ଗତ କିଛି ଦିନ ହେବ ସେହି ଗ୍ରାମର କେତେଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲ ଟିମ୍‌ ଦ୍ବାରା ଚିକିତ୍ସିତ ହେଉଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ନିୟନ୍ତ୍ରଣରେ ରହିଥିବା ବେଳେ ମେଡିକାଲ ଟିମ୍‌ ସେଠାରେ ଚିକିତ୍ସା ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ଲଗାଣ ବର୍ଷାରେ ସେହି ଗାଁରେ ଥିବା ନାଳରେ ପାଣି ଭର୍ତ୍ତି ହେବା ଫଳରେ ମେଡିକାଲ ଟିମ୍‌ ପହଞ୍ଚତ୍ ପାରି ନ ଥିଲେ। ଏପଟେ ଡାକ୍ତରୀ ଦଳ ରହି ଅନ୍ୟ ପଟେ ରୋଗୀ ରହିଥିଲେ। ପଥର ସାହାଯ୍ୟରେ ଔଷଧ ଫିଙ୍ଗା ଯାଉଥିବା ଦୃଶ୍ୟ ସାମ୍ନାକୁ ଆସିଥିଲା। ଏହି ଖବର ଜାଣିବା ପରେ ମୈଦଲପୁର ସରପଞ୍ଚ ଚନ୍ଦ୍ରଧ୍ୱଜ ମାଝି ସ୍ଥାନୀୟ ଲୋକଙ୍କୁ କର୍ମକର୍ତ୍ତା ମାନଙ୍କୁ ନେଇ ସେହି ନାଳରେ ଏକ ଅସ୍ଥାୟୀ ପୋଲ ନିର୍ମାଣ କରିଛନ୍ତି। ଯାହା ଫଳରେ ମେଡିକାଲ ଟିମ୍‌ ସେହି ତୁଳସୀପଦର ଗ୍ରାମରେ ପହଞ୍ଚତ୍ ପାରିଛନ୍ତି। ଏହି ଅସ୍ଥାୟୀ ପୋଲ ସାହାଯ୍ୟରେ ରୋଗୀଙ୍କ ଚିକିତ୍ସା କରିହେବ ବୋଲି ସରପଞ୍ଚ କହିଛନ୍ତି। ସ୍ଥାନୀୟ ଲୋକେ ସରପଞ୍ଚଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri