ତିଆରି ହେଲା ଅସ୍ଥାୟୀ ପୋଲ, ଗାଁକୁ ଗଲା ମେଡିକାଲ ଟିମ୍‌

ପାପଡାହାଣ୍ଡି, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ସରପଞ୍ଚ ଚନ୍ଦ୍ର ଧ୍ୱଜ ମାଝି ଝାଡାବାନ୍ତି ଆକ୍ରାନ୍ତ ଗ୍ରାମ ତୁଳସୀପଦର ଲାଗି ଅସ୍ଥାୟୀ ପୋଲ ନିର୍ମାଣ କକରିଛନ୍ତି। ସ୍ଥାନୀୟ ଅଞ୍ଚଳର କେତେଜଣଙ୍କୁ ନେଇ ନାଳରେ ଏକ ସିମେଣ୍ଟ ପୋଲ ଓ କାଠ ପକାଇ ସେ ଏହି ଅସ୍ଥାୟୀ ପୋଲ ତିଆରି କରିଛନ୍ତି।
ଗତ କିଛି ଦିନ ହେବ ସେହି ଗ୍ରାମର କେତେଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲ ଟିମ୍‌ ଦ୍ବାରା ଚିକିତ୍ସିତ ହେଉଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ନିୟନ୍ତ୍ରଣରେ ରହିଥିବା ବେଳେ ମେଡିକାଲ ଟିମ୍‌ ସେଠାରେ ଚିକିତ୍ସା ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ଲଗାଣ ବର୍ଷାରେ ସେହି ଗାଁରେ ଥିବା ନାଳରେ ପାଣି ଭର୍ତ୍ତି ହେବା ଫଳରେ ମେଡିକାଲ ଟିମ୍‌ ପହଞ୍ଚତ୍ ପାରି ନ ଥିଲେ। ଏପଟେ ଡାକ୍ତରୀ ଦଳ ରହି ଅନ୍ୟ ପଟେ ରୋଗୀ ରହିଥିଲେ। ପଥର ସାହାଯ୍ୟରେ ଔଷଧ ଫିଙ୍ଗା ଯାଉଥିବା ଦୃଶ୍ୟ ସାମ୍ନାକୁ ଆସିଥିଲା। ଏହି ଖବର ଜାଣିବା ପରେ ମୈଦଲପୁର ସରପଞ୍ଚ ଚନ୍ଦ୍ରଧ୍ୱଜ ମାଝି ସ୍ଥାନୀୟ ଲୋକଙ୍କୁ କର୍ମକର୍ତ୍ତା ମାନଙ୍କୁ ନେଇ ସେହି ନାଳରେ ଏକ ଅସ୍ଥାୟୀ ପୋଲ ନିର୍ମାଣ କରିଛନ୍ତି। ଯାହା ଫଳରେ ମେଡିକାଲ ଟିମ୍‌ ସେହି ତୁଳସୀପଦର ଗ୍ରାମରେ ପହଞ୍ଚତ୍ ପାରିଛନ୍ତି। ଏହି ଅସ୍ଥାୟୀ ପୋଲ ସାହାଯ୍ୟରେ ରୋଗୀଙ୍କ ଚିକିତ୍ସା କରିହେବ ବୋଲି ସରପଞ୍ଚ କହିଛନ୍ତି। ସ୍ଥାନୀୟ ଲୋକେ ସରପଞ୍ଚଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri