ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ ରାତି ପ୍ରାୟ ୨ଟା ସମୟରେ ସେକ ଏକ୍ରାମ (୬୩)ଙ୍କ ବାସଗୃହରେ ହଠାତ୍‌ ନିଆଁ ଲାଗିଥିଲା। ନିଆଁ ଲାଗିବାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଅଳ୍ପ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ଘରଟି ଜଳିପୋଡ଼ି ଛାର୍‌ଖାର୍‌ ହୋଇଯାଇଥିଲା। ଅଗ୍ନିକାଣ୍ଡ ସମୟରେ ପରିବାର ଲୋକେ ପ୍ରାଣ ବିକଳରେ ବାହାରକୁ ଚାଲି ଆସିଥିଲେ। ତେବେ ଘର ଭିତରେ ଥିବା ନଗଦ ୨୫ ହଜାର ଟଙ୍କା, ପ୍ରାୟ ଅଢ଼େଇ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା, ଦୁଇଟି ମୋବାଇଲ ଫୋନ, କପଡ଼ା, ରାଶନ ସାମଗ୍ରୀ ସମେତ ଅନ୍ୟାନ୍ୟ ଘରୋଇ ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ମୋଟ ପ୍ରାୟ ୬ ଲକ୍ଷ ଟଙ୍କାରୁ ଅଧିକ କ୍ଷତି ହୋଇଥିବା ପରିବାର ପକ୍ଷରୁ ଦାବି କରାଯାଇଛି।
ସେକ ଏକ୍ରାମ ଓ ତାଙ୍କ ଦୁଇ ପୁଅ ସେକ ୱେତ କାଦ୍ରୀ (୩୦) ଏବଂ ସେକ ରିଆଜ (୨୬) ଦିନମଜୁରୀ କାମ କରି ପରିବାର ଚଳାଉଥିବା ବେଳେ ଏହି ଅଗ୍ନିକାଣ୍ଡ ସେମାନଙ୍କୁ ଦୁର୍ଦ୍ଦଶା ମଧ୍ୟରେ ପକାଇ ଦେଇଛି। ଘଟଣା ପରେ ଗ୍ରାମବାସୀ ପ୍ରଶାସନକୁ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ଉପଯୁକ୍ତ ସରକାରୀ ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?