ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୬୬ଜଣ ଜୀବନ୍ତ ଦଗ୍ଧ

ଅଙ୍କରା,୨୧।୧: ତୁର୍କୀର ଏକ ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଅତି କମରେ ୬୬ ଜଣ ପୋଡ଼ିହୋଇ ମୃତ୍ୟୁବରଣ କରିଛନ୍ତି। ଏଥିସହ ୫୧ଜଣ ଆହତ ହୋଇଥିବା ଖବର ମଧ୍ୟ ରହିଛି। ଆହତମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ନିଆଁକୁ ନିୟନ୍ତ୍ରଣ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଉତ୍ତର-ପଶ୍ଚିମ ତୁର୍କୀର ଏକ ସ୍କି ରିସର୍ଟ ହୋଟେଲରେ ଅଗ୍ନିକାଣ୍ଡ ଘଟି ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ତୁର୍କୀର ଗୃହମନ୍ତ୍ରୀ ଅଲି ୟେରଲିକାୟା କହିଛନ୍ତି ଯେ ପର୍ବତ ଶିଖରସ୍ଥିତ କାର୍ଟାଲକାୟା ରିସର୍ଟରେ ଥିବା ୧୨ ମହଲା ବିଶିଷ୍ଟ ଗ୍ରାଣ୍ଡ କାର୍ଟାଲ ହୋଟେଲର ରେଷ୍ଟୁରାଣ୍ଟରେ ସ୍ଥାନୀୟ ସମୟ ସକାଳ ୩:୨୭ରେ ଅଗ୍ନିକାଣ୍ଡ ଘଟିଥିଲା।

କୁହାଯାଉଛି ଯେ ଆତଙ୍କିତ ହୋଇ କୋଠାରୁ ଡେଇଁ ପଡ଼ି ଅତି କମରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ମଧ୍ୟ ରିପୋର୍ଟ କରିଛି ଯେ ଅତିଥିମାନେ ଚାଦର ଏବଂ କମ୍ବଳ ବ୍ୟବହାର କରି ସେମାନଙ୍କ କୋଠରୀରୁ ତଳକୁ ଓହ୍ଲାଇବାକୁ ଚେଷ୍ଟା କରୁଥିଲେ। ଭାଇରାଲ ଫୁଟେଜରେ ହୋଟେଲର ଛାତ ଏବଂ ଉପର ମହଲାରେ ନିଆଁ ଲାଗିଥିବାର ଦେଖାଯାଇଛି, ଯାହା ଫଳରେ ଆକାଶକୁ ଧୂଆଁର କୁଣ୍ଡଳୀ ଉଠୁଛି ଏବଂ ପୃଷ୍ଠଭୂମିରେ ଏକ ବରଫ ଆଚ୍ଛାଦିତ ପର୍ବତ ଦେଖାଯାଉଛି।

ସ୍କୁଲ ଛୁଟି ଯୋଗୁଁ ହୋଟେଲଟି ୮୦-୯୦% ଫୁଲ୍‌ ଥିଲା, ୨୩୦ରୁ ଅଧିକ ଅତିଥି ଚେକ ଇନ କରିଥିଲେ। ହୋଟେଲର ଜଣେ ସ୍କି ପ୍ରଶିକ୍ଷକ ନେକମି କେପସେଟୁଟାନ ଗଣମାଧ୍ୟମକୁ କହିଛନ୍ତି ଯେ ସେ ପ୍ରାୟ ୨୦ଜଣଙ୍କୁ କୋଠାରୁ ବାହାର କରିବାରେ ସାହାଯ୍ୟ କରିଛନ୍ତି, କିନ୍ତୁ ଧୂଆଁ ଯୋଗୁଁ ପଳାୟନ ରାସ୍ତା ଖୋଜିବା କଷ୍ଟକର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?