ପଶ୍ଚିମ ୟୁଗାଣ୍ଡାର ଏକ ସ୍କୁଲ୍‌ରେ ଆତଙ୍କବାଦୀ ଆକ୍ରମଣ, ଆକ୍ରମଣରେ ୨୫ଜଣଙ୍କର ମୃତ୍ୟୁ

ୟୁଗାଣ୍ଡା,୧୭।୬: ଇସଲାମିକ ଷ୍ଟେଟ ସହ ଜଡିତ ମାଓବାଦୀମାନେ କଙ୍ଗୋ ଡେମୋକ୍ରାଟିକ ରିପବ୍ଲିକ ସୀମା ନିକଟରେ ଥିବା ପଶ୍ଚିମ ଉଗାଣ୍ଡାର ଏକ ସ୍କୁଲ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ଆକ୍ରମଣରେ ୨୫ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଶନିବାର ଉଗାଣ୍ଡା ପୋଲିସ ସୂଚନା ଦେଇଛି।

ପୋଲିସ କହିଛି ଯେ, ପୂର୍ବ କଙ୍ଗୋରେ ଅବସ୍ଥିତ ଉଗାଣ୍ଡା ଗୋଷ୍ଠୀ ‘ଆଲିଏଡ ଡେମୋକ୍ରାଟିକ ଫୋର୍ସ’ (ଏଡିଏଫ)ର ସଦସ୍ୟମାନେ ଶୁକ୍ରବାର ବିଳମ୍ବିତ ରାତିରେ ମୋପଣ୍ଡବେସ୍ଥିତ ଲୁବିରିରା ମାଧ୍ୟମିକ ବିଦ୍ୟାଳୟ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣ କରି ସେମାନେ ହଷ୍ଟେଲରେ ନିଆଁ ଲଗାଇବା ସହ ଖାଦ୍ୟ ମଧ୍ୟ ଚୋରେଇ ନେଇଥିଲେ। ବର୍ତ୍ତମାନ ସୁଦ୍ଧା ସ୍କୁଲରୁ ୨୫ଟି ମୃତଦେହ ଉଦ୍ଧାର କରାଯାଇଥିବା ପୋଲିସ ସୂଚନା ଦେଇଛି। ମୃତଦେହ ଏବଂ ଆହତଙ୍କୁୁ ବାୱେରା ଡାକ୍ତରଖାନାକୁ ପଠାଯାଇଛି। ୮ଜଣ ଆହତ ଗୁରୁତର ଅବସ୍ଥାରେ ଅଛନ୍ତି।

ମୃତକଙ୍କ ମଧ୍ୟରେ କେତେଜଣ ସ୍କୁଲ ପିଲା ଅଛନ୍ତି ସେନେଇ ପୋଲିସ କୌଣସି ସୂଚନା ଦେଇନାହିଁ। କଙ୍ଗୋର ବିରୁଙ୍ଗା ଜାତୀୟ ଉଦ୍ୟାନ ଆଡକୁ ପଳାୟନ କରୁଥିବା ଆକ୍ରମଣକାରୀଙ୍କୁ ସୈନିକମାନେ ପିଛା କରିଥିଲେ। ଏପ୍ରିଲରେ, ପୂର୍ବ କଙ୍ଗୋର ପୂର୍ବ ଏକ ଗ୍ରାମ ଉପରେ ଏଡିଏଫ ଆକ୍ରମଣରେ ୨୦ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri