Posted inଜାତୀୟ

ଚୋରର ବଡ଼ କାରନାମା, ଓୟୋ ବୁକ୍‌ କରି ଲୁଟି ନେଲା ସବୁ ଜିନିଷ

ନୂଆଦିଲ୍ଲୀ, ୦୮।୦୭: ରାଜଧାନୀ ଦିଲ୍ଲୀର ଗ୍ରେଟର ନୋଏଡାର ଏକ ହୋଟେଲରେ ଗ୍ରାହକ ସାଜି ୪ଟି ରୁମ୍‌ ବୁକ୍‌ କରିଥିବା ଜଣେ ଚୋରର କାରନାମା ଏବେ ଚର୍ଚ୍ଚାରେ । ଓୟୋ ରୁମ୍‌ ବୁକ୍‌ କରି ଚୋର ଜଣକ ଏଲ୍‌ଇଡି, ଏସି ସହିତ ଅନ୍ୟ ଜିନିଷ ରାତିରେ ଚୋରିକରି ଫୋରାର ହୋଇଯାଇଛି । ସକାଳୁ ଏ ସଂପର୍କରେ ଜାଣିପାରି ହୋଟେଲ୍‌ ପରିଚାଳକ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଥାଉକି, ଗ୍ରେଟର ନୋଏଡାର ସୁରଜପୁରର ଏହି ଚୋର ଜଣକ ଚୋର ଫିଲ୍ମ ଷ୍ଟାଇଲ୍‌ରେ ଚୋରି କରିଛି । ହୋଟେଲ ଆସି ଆଧାର କାର୍ଡ ଦେଇ ୪ ଟି ରୁମ୍‌ ବୁକ୍‌ କରିଥିଲା । ତାର ଅନ୍ୟ ସାଙ୍ଗସାଥୀ ଆସିବେ ବୋଲି କହିଥିଲା । ପରେ ରାତିରେ ରୁମ୍‌ରେ ଥିବା ବେଡ୍‌ସିଟ୍‌କୁ ବାନ୍ଧି ଏକ ରଶି ପ୍ରସ୍ତୁତ କରିଥିଲା । ଏହା ସାହାଯ୍ୟରେ ସେ ହୋଟେଲ୍‌ରୁ ଦୁଇଟି ଏସି, ୬ଟି ଏଲ୍‌ଇଡି ସହିତ ଅନ୍ୟ ଜନିଷ ନେଇ ଫେରାର ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri