ଘରୁ ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଚିକିଟି,୧ା୪(ପ୍ରକାଶ ଚନ୍ଦ୍ର ସାହୁ)-କେ ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି। ଚାନ୍ଦପୁର ପଞ୍ଚାୟତ ଡଭାର ଗ୍ରାମର ରଞ୍ଜିତା ପଣ୍ଡାଙ୍କ ଘରୁ ସୋମବାର ମଧ୍ୟ ରାତ୍ରିରେ ଚୋରି ହୋଇଛି। ରଞ୍ଜିତା ଏକାକୀ ଶୋଇଥିବା ବେଳେ କେତେଜଣ ଦୁର୍ବୃତ୍ତ ବାରିପଟ ଗ୍ରିଲ ଭାଙ୍ଗି ଘରେ ପଶି ଆଲମିରାରୁ ୬ ଭରିର ସୁନାଗହଣା, ୨୦ ଭରି ରୁପା, ୩୦ ହଜାର ଟଙ୍କା ଲୁଟି ନେଇଥିବା ନୂଆପଡା ଫାଣ୍ଡିରେ ଅଭିଯୋଗ ହୋଇଛି। ମଙ୍ଗଳବାର ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଚୋରମାନେ ସାଧାରଣତଃ ଘରଗୁଡିକୁ ଟାର୍ଗେଟ କରି ଲୁଟ୍‌ କରୁଛନ୍ତି। ଏହା ପୂର୍ବରୁ ଜୁଲାଇ ୧୯ ତାରିଖରେ ଦକ୍ଷଉଣୀ ଗ୍ରାମର ସୁଲତା ପଟ୍ଟନାୟକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାରୂପା ଗହଣା ଚୋରି ହୋଇଥିଲା। ଏ ସମ୍ପର୍କରେ ଫାଣ୍ଡି ଅଧିକାରୀ ବାର୍ଲାଙ୍କ ସହ ଯୋଗାଯୋଗ କରିବାରୁ ଜନ ସଚେତନତା ଅଭାବରୁ ଚୋରି ହେଉଥିବା ବେଳେ ଏବ ଆବଶ୍ୟକ ପୋଲିସ କର୍ମଚାରୀ ନ ଥିବାରୁ ସମସ୍ୟା ହେଉଛି। ତଥାପି ସ୍ବଳ୍ପ କର୍ମଚାରୀଙ୍କୁ ଧରି ପାଟ୍ରୋଲିଂ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri