ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ରହୁଥିବା ଜରଡା ଥାନା ଖଇର ଗ୍ରାମର ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ ବ୍ୟାଙ୍କ ଜମାଖାତାରୁ ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଇଥିବା ଜଣାପଡିଛି। ଏନେଇ ଦିଲୀପ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ ପାତ୍ର ଥାନା ମାମଲା ନଂ.୪୮/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଅସୁସ୍ଥତା କାରଣରୁ ଜାନୁଆରୀ ୧୩ ତାରିଖରେ ଦିଲୀପ ତାଙ୍କ ଛାତ୍ର ପୁଙ୍କନ ପାଇକଙ୍କୁ ଏଟିଏମ୍‌ କାର୍ଡ ଦେଇ ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍‌ ୨୪ ହଜାର ଟଙ୍କା ଉଠାଇ ଆଣିବାକୁ କହିଥିଲେ। ସେ ଟଙ୍କା ଉଠାଣ କରି ଏଟିଏମ୍‌ କାର୍ଡ ସହ ଟଙ୍କା ପ୍ରଦାନ କରିଥିଲେ। ୧୯ ତାରିଖରେ ପୁଣି ଟଙ୍କା ଆବଶ୍ୟକ ପଡ଼ିବାରୁ ସେ ପୁଙ୍କନଙ୍କୁ ଏଟିଏମ୍‌ କାର୍ଡ ଦେଇ ନୂଆପଡ଼ା ଗ୍ରାମସ୍ଥିତ ଆଇଓବି ଶାଖା ଏଟିଏମ୍‌ କାଉଣ୍ଟରକୁ ପଠାଇଥିଲେ। କିନ୍ତୁ ସେଠାରେ ତାଙ୍କ କାର୍ଡରୁ ଟଙ୍କା ଉଠାଣ ହୋଇପାରି ନ ଥିଲା। ଉକ୍ତ ଏଟିଏମ୍‌ କାର୍ଡଟି ଜଗନ୍ନାଥ ଓଝାଙ୍କ ବୋଲି ଦର୍ଶାଯାଇଥିଲା। ତାଙ୍କ ଏଟିଏମ୍‌ କାର୍ଡ ବ୍ୟବହାର କରି କେହି ଦୁର୍ବୃତ୍ତ ବିଭିନ୍ନ ସାମଗ୍ରୀ କ୍ରୟ କରିବା ସହ ନଗଦ ଟଙ୍କା ଉଠାଣ କରିଥିବା ନେଇ ତାଙ୍କ ମୋବାଇଲ ଫୋନକୁ ବାର୍ତ୍ତା ଆସିବା ପରେ ସେ ଏନେଇ ଷ୍ଟେଟବ୍ୟାଙ୍କ ଟୋଲ ଫ୍ରି ନମ୍ବରରେ ଅଭିଯୋଗ କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri