ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ ୧୨ଜଣ ଡକାୟତ ହାତରେ ଭୁଜାଲି ଓ ବନ୍ଧୁକ ଧରି ଆଳି ଥାନା ଖଣ୍ଡିଆପାଟଣା ଗ୍ରାମର ପ୍ରଦୀପ ରାଉତଙ୍କ ଘରେ ପଶି ଏଭଳି କାଣ୍ଡ ଭିଆଇଛନ୍ତି l ଡକାୟତମାନେ ଘରେ ପଶିବା ପରେ ପରିବାର ଲୋକଙ୍କୁ ଜଣକ ପରେ ଜଣେ ସଦସ୍ୟଙ୍କ ବେକରେ ଭୁଜାଲି ଲଗାଇ ରୋଷେଇ ଘରେ ପୁରାଇ ବନ୍ଦ କରିଦେବା ପରେ ଘରେ ଥିବା ଗଡ଼ରେଜ, ବାକ୍ସ ତାଡି ସୁନା ଅଳଙ୍କାର ସହିତ ନଗଦ ଟଙ୍କା ଲୁଟି ନେଇଛନ୍ତି l ମାସେ ପୂର୍ବରୁ ପ୍ରଦୀପଙ୍କ ପୁଅ ବାହାଘର ହୋଇଥିବାରୁ ଏହାକୁ ଲକ୍ଷ କରି ଲୁଟେରାମାନେ ସମସ୍ତ ଜିନିଷ ଲୁଟି ନେଇଛନ୍ତି l
୪୫ ମିନିଟ ଧରି ଲୁଟେରାମାନେ ରାଜ୍ୟ ରାଜପଥ କଡ଼ରେ ଥିବା ଘରୁ ସସସ୍ତ୍ର ଡକାୟତି କରି ଫେରାର ହୋଇ ଯାଇଥିବାବେଳେ ଆଳିର ଆଇନ ଶୃଙ୍ଖଳା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି l ଖବର ପାଇ ପୋଲିସ ଘଟଣାସ୍ଥଳରେ ଅନୁସନ୍ଧାନ କରିଛି l ଲୁଟେରାମାନେ ଏକ ଭୁଜାଲି ଛାଡି ଦେଇ ଯାଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri