Posted inଜାତୀୟ

ଅନ୍ଧାରରେ ହଜାରେ ଗାଁ

ଅହମଦାବାଦ୍‌/ଜୟପୁର,୧୭।୬: ଭୀଷଣ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ଗୁଜରାଟରେ ସ୍ଥଳଭାଗ ଛୁଇଁବା ସହ ବ୍ୟାପକ କ୍ଷୟକ୍ଷତି କରିଛି। ସେଠାରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୨୨ ଜଣ ଆହତ ହୋଇଛନ୍ତି। ଗଛ ପଡ଼ି ବହୁ ଗାଡ଼ି ଓ ଘର ଭାଙ୍ଗିଯାଇଛି। ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇଥିବାରୁ ହଜାରେରୁ ଊର୍ଦ୍ଧ୍ୱ ଗାଁ ଅନ୍ଧକାରରେ ରହିଛି। ବିପର୍ଯ୍ୟୟ ଦୁର୍ବଳ ହୋଇ ଡିପ୍‌ ଡିପ୍ରେଶନରେ ପରିଣତ ହେବା ସହ ଶୁକ୍ରବାର ସନ୍ଧ୍ୟାରେ ରାଜସ୍ଥାନରେ ପ୍ରବେଶ କରିଛି।
ଗୁଜରାଟର ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ବାତ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବିଭିନ୍ନ ସ୍ଥାନରେ ୫୨୪ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିପଡ଼ିଛି। ଫଳରେ ୧,୦୦୦ ଗ୍ରାମକୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଯାଇଛି। ଭାବନଗର ଜିଲାରେ ଜଣେ ଛେଳି ଜଗୁଆଳି ଓ ତାଙ୍କ ପୁଅ ଛେଳିଙ୍କୁ ରକ୍ଷା କରିବାକୁ ଯାଇ ପ୍ରାଣ ହରାଇଛନ୍ତି। ବାତ୍ୟା ଗୁରୁବାର ସନ୍ଧ୍ୟାରେ ଜଖାଉ ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୧୨୫ରୁ ୧୪୦ କିଲୋମିଟର ଥିଲା। ବିଳମ୍ବିତ ରାତିରେ ଏହାର ବେଗ ୧୦୦ କିଲୋମିଟରକୁ ହ୍ରାସ ପାଇଥିଲା। ଏବେ ଏହା ଡିପ୍‌ ଡିପ୍ରେଶନର ରୂପ ନେଇଥିବାରୁ ରାଜସ୍ଥାନରେ ଦୁଇଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେଲିଫୋନ୍‌ ଯୋଗେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ କଥା ହୋଇ ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ। ଗିର୍‌ ଜଙ୍ଗଲର ସିଂହ ସମେତ ବନ୍ୟପ୍ରାଣୀଗୁଡ଼ିକର ସୁରକ୍ଷା ପାଇଁ କ’ଣ ପଦକ୍ଷେପ ନିଆଯାଇଛି, ମୋଦି ଜାଣିବାକୁ ଚାହିଁଥିଲେ। ଉପକୂଳର ଖାଲୁଆ ଅଞ୍ଚଳରୁ ୯୪,୦୦୦ ଲୋକଙ୍କୁ ବିଭିନ୍ନ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟା ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ୧୮ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସମେତ ୧୨ଟି ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଟିମ୍‌, ରାଜ୍ୟ ସଡ଼କ ଓ କୋଠା ବିଭାଗର ୧୧୫ ଟିମ୍‌, ରାଜ୍ୟ ବିଦ୍ୟୁତ୍‌ ବିଭାଗର ୩୯୭ ଜଣ ଉପକୂଳ ଜିଲାରେ ନିୟୋଜିତ ଅଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri