ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର ଖର ଏବଂ ଦେବବ୍ରତ ପତି ଥିଲେ। ପୂର୍ବରୁ କାୟାକଳ୍ପ ଦଳ ପରିଦର୍ଶନରେ ଆସିବା ରହିଥିବାରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଏବଂ ବାହାରକୁ ସଫେଇ କରାଯାଇଥିଲେ ମଧ୍ୟ ଆହୁରି କୁଢ଼କୁଢ଼ ଅଳିଆ ଗଦାକୁ ଦେଖି କାୟାକଳ୍ପ ଦଳ ଉଦ୍‌ବେଗ ପ୍ରକାଶ କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଅନେକ ସମସ୍ୟା ରହିଥିବା ଦେଖିବା ସହ ତା’ର ସମାଧାନ ପାଇଁ ପ୍ରୟାସ କରାଯିବ ବୋଲି କୁହାଯାଇଥିଲା। ସେହିପରି ଉକ୍ତ ବ୍ଲକ ଅଞ୍ଚଳରେ ଏହି ଗୋଟିଏ ହିଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଥିବା ବେଳେ ସ୍ବାଧୀନତାପର ଠାରୁ ଆଜି ପର୍ଯ୍ୟନ୍ତ ସ୍ବାସ୍ଥ୍ୟକେନ୍ଦ୍ରର ବିକାଶ ହୋଇପାରୁ ନ ଥିବା ଓ ବିଶେଷଜ୍ଞ ଡାକ୍ତର ପଦବୀ, ରୋଗୀ ଶଯ୍ୟା ବୃଦ୍ଧି, ଆବଶ୍ୟକ ଡାକ୍ତର ପଦବୀ ପୂରଣ, ଗର୍ଭବତୀ ମହିଳାଙ୍କ ପାଇଁ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା, ଡାକ୍ତରମାନେ ନିୟମିତ ସ୍ବାସ୍ଥ୍ୟକେନ୍ଦ୍ରରେ କିଭଳି ନିଜ ଡ୍ୟୁଟି କରିବେ ସେନେଇ ପଦକ୍ଷେପ ନେବାକୁ ସ୍ଥାନୀୟ ଅଞ୍ଚଳବାସୀ କାୟାକଳ୍ପ ଦଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।

ଏହି ଦାବିପତ୍ରକୁ ସ୍ଥାନୀୟ ନାରୀନେତ୍ରୀ ବିଳାସିନୀ ନାୟକ, ପ୍ରଶାନ୍ତ ପ୍ରଧାନ, ନିରଜ ପ୍ରଧାନ, ଚକ୍ରଧର ମଲ୍ଲିକ, ଅନନ୍ତ ବିଷୋୟୀ, ଅକ୍ଷୟ କୁମାର ପରିଚ୍ଛା, ଭବାନୀ ଶଙ୍କର ପଡ୍ରା, କୁଳମଣି ପ୍ରଧାନ, ନିଧିରତ୍ନ ପ୍ରଧାନ, ଜିତୁ ନାୟକ, ପୁରେନ୍ଦ୍ର ପ୍ରଧାନ, ବର୍ଣ୍ଣବ ପ୍ରଧାନ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଛନ୍ତି। କାୟାକଳ୍ପ ଦଳ ସ୍ବାସ୍ଥ୍ୟକେନ୍ଦ୍ରସ୍‌ର ପ୍ରତ୍ୟେକ କର୍ମଚାରୀଙ୍କୁ ଭେଟି ପଚରାଉଚରା କରିବା ଓ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ, ବିପିଏମ୍‌ ଶାନ୍ତନୁ ସାହୁଙ୍କ ସମେତ ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri