ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଯୋଗଦେଇ ଉଭୟ ଦେଶର ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଡିଜିପିଙ୍କୁ ଅବଗତ କରାଇଥିଲେ। ଖେଳାଳିମାନେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚତ୍ବା ପରଠାରୁ ଖେଳ ଶେଷ ହେବା ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖେଳାଳିଙ୍କ ହୋଟେଲରେ ରହଣି, ନେଟ୍ସ ଅଭ୍ୟାସ ସମୟରେ ଖେଳାଳିଙ୍କ ଭୁବନେଶ୍ୱରରୁ କଟକ ଗସ୍ତ ଏବଂ ପ୍ରତ୍ୟାବର୍ତ୍ତନ, ଖେଳ ଦିନ ଷ୍ଟାଡିୟମ ପରିସର ଓ ବାହାରେ ଗ୍ରହଣ କରାଯାଇଥିବା ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ କହିଥିଲେ। ଏଥିସହ ଟ୍ରାଫିକ ବ୍ୟବସ୍ଥା ସୁନିୟନ୍ତ୍ରିତ, ଗୁରୁତ୍ୱପୂର୍ଣ୍ଣ ଛକରେ ପୋଲିସ ମୁତୟନ, ଦର୍ଶକଙ୍କ ନିମନ୍ତେ ପାର୍କିଂ ବ୍ୟବସ୍ଥା ସମ୍ପର୍କରେ ଡିଜିପିଙ୍କୁ ଜଣାଇଥିଲେ। ସେହିପରି ଖେଳ ସୁପରିଚାଳନା ନିମନ୍ତେ ୩ ଡିସିପି, ୭ ଅତିରିକ୍ତ ଡିସିପି, ୩୨ ଏସିପି, ୪୫ ଇନ୍ସପେକ୍ଟର, ୨୭୭ ଏସ୍‌ଆଇ/ଏଏସ୍‌ଆଇ, ୨୧ ଟ୍ରାଫିକ ହାବିଲଦାର, ୯୨ ଟ୍ରାଫିକ କନଷ୍ଟେବଳ, ୧୭୬ ଏପିଆର କନଷ୍ଟେବଳ, ୪୩ ମହିଳା କନଷ୍ଟେବଳ, ୧୭୧ ହୋମଗାର୍ଡ ଏବଂ ୧୮୬ ସେକ୍ସନ ଫୋର୍ସ ମୁତୟନ କରାଯିବ ବୋଲି ପ୍ରିୟଦର୍ଶୀ ଡିଜିପିଙ୍କୁ ଅବଗତ କରାଇଥିଲେ। ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଶୃଙ୍ଖଳା) ଆର୍‌. କେ. ଶର୍ମା, କଟକ ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଡିଜିପି, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା), ପୋଲିସ କମିଶନର ଓ କଟକ ଡିସିପି ବାରବାଟୀ ଷ୍ଟାଡିୟମକୁ ଯାଇ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri