ବିଦ୍ୟୁତ୍‌ ତାରରେ ଲାଗିଗଲା କଲରାପତରିଆ ବାଘ

ଖଣ୍ଡପଡ଼ା,୪ା୧୨(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବନାଞ୍ଚଳରେ ଶିକାରୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଶିକାରୀ ଓ ଅସାମାଜିକ ବ୍ୟକ୍ତିମାନେ ଗ୍ରାମ ନିକଟସ୍ଥ ସଂରକ୍ଷିତ ଘଞ୍ଚ ଜଙ୍ଗଲ ଜମିରେ ବାରହା ଶିକାର ଉଦ୍ଦେଶ୍ୟରେ ବିଛାଇଥିବା ବିଦ୍ୟୁତ୍‌ ତାର ଲାଗି ଗୋଟିଏ କଲରାପତରିଆ ବାଘର ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଖଣ୍ଡପଡ଼ା ବନାଞ୍ଚଳର ସିଂଘାପଡା ସେକ୍ସନ ଅଧୀନ ବୁଢ଼ିଝାରୀ ସଂରକ୍ଷିତ ଜଙ୍ଗଲ ନିକଟରେ ଏକ କଲରାପତରିଆ ବାଘର ମୃତଦେହ ପଡିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀ ଉଦିତ କୁମାର ପ୍ରଧାନ, ବନପାଳ ସନାତନ ସ୍ବାଇଁ, କୈଳାସ ପ୍ରଧାନଙ୍କ ସମେତ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବାର୍‌ହା ଶିକାର ଉଦ୍ଦେଶ୍ୟରେ ବିଛାଯାଇଥିବା ବିଦ୍ୟୁତ ତାର ଯୋଗୁ କଲରାପତରିଆ ବାଘର ମୃତ୍ୟୁ ହୋଇଥିବା ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ କୁହାଯାଇଛି। ବାଘର ମୃତଦେହକୁ ବନ ବିଭାଗ କର୍ମଚାରୀମାନେ ଜବତ କରି ବ୍ୟବଚ୍ଛେଦ କରାଇଛନ୍ତି। ଏଭଳି ବିଦ୍ୟୁତ୍‌ ସଂଯୋଗ ଯୋଗୁ ବାର୍‌ହା ଶିକାର ସହ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ନଜିର ରହିଛି ।

ସୂଚନାଯୋଗ୍ୟ, ଖଣ୍ଡପଡା ବନାଞ୍ଚଳ ଅଧୀନ ସିଂଘାପଡା, ସରପୋଖରୀ, କୁମୁଣ୍ଡି, ବାରଖୋଲା, ପଥରଚକଡା ଓ ଧାନଚେଙ୍ଗଡା ପଞ୍ଚାୟତ ଅଞ୍ଚଳର ନିକଟବର୍ତ୍ତୀ ଗୋସିଙ୍ଗ ପାହାଡ଼, ବାଘମାରୀ ପାହାଡ଼, ଦତ୍ତ ପୋଖରୀ ଓ କଣ୍ଟାବଣିଆ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବାର୍‌ହା ପଲ ରାତିରେ ଜନବସତି ତଥା ନିକଟବର୍ତ୍ତୀ ଚାଷଜମି ଅଞ୍ଚଳକୁ ଚାଲି ଆସନ୍ତି। ଏହି ସୁଯୋଗରେ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଗ୍ରାମ ପାର୍ଶ୍ୱରେ ଯାଇଥିବା ଉଚ୍ଚଶକ୍ତିସମ୍ପନ୍ନ ୧୧ କେଭି ବିଦ୍ୟୁତ୍‌ ତାରରୁ ଚୋରାରେ ହୁକ୍‌ ପକାଇ ବାର୍‌ହା ଶିକାର କରିଥାଆନ୍ତି । ଏବେ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ କ୍ଷେତରେ ବାଦାମ ଫସଲ ହୋଇଥିବାରୁ ସନ୍ଧ୍ୟା ହେଲେ ବାର୍‌ହା ପଲ ପାଣି ପିଇବାକୁ ଓ ବାଦାମ ଫସଲ ଖାଇବାକୁ ଆସିଥାଆନ୍ତି। ଏହାକୁ ସୁଯୋଗ ଭାବି କେତେଜଣ ବ୍ୟକ୍ତି ବିଦ୍ୟୁତ୍‌ ତାର ବିଛାଇ ବାର୍‌ହା ଶିକାର କରୁଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri