ଚାଷଜମିରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଘସିପୁରା,୧୮ା୧୧(ନିରଞ୍ଜନ ସାହୁ): କେନ୍ଦୁଝର ଜିଲାର ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀ ତଟ ଘସିପୁରା ଥାନା ଅଧୀନ ପଞ୍ଚୁପଲ୍ଲୀ ଗାଁରେ ବାଘ ଆତଙ୍କକୁ ନେଇ ଭୟର ବାତାବରଣ ଦେଖାଯାଇଛି। ଶୁକ୍ରବାର ବାଘ ପରି ଏକ ପ୍ରାଣୀ ଚାଷଜମିରେ ଚାଲି ଚାଲି ଯାଉଥିବାର ଭିଡିଓ ଭାଇରାଲ ହେବା ପରେ ଗାଁରେ ଆତଙ୍କ ଖେଳିଯାଇଥିଲା। ଘଟଣାର ସତ୍ୟତା ଜାଣିବା ପାଇଁ ଆନନ୍ଦପୁର ବନ ବିଭାଗ ପକ୍ଷରୁ କର୍ମଚାରୀଙ୍କୁ ନିୟୋଜିତ ମଧ୍ୟ କରାଯାଇଥିଲା। ଶନିବାର ଘଟଣାର ଅନୁସନ୍ଧାନ କରିବା ପରେ ଚାଷଜମିରେ ପଡ଼ିଥିବା ପାଦଚିହ୍ନରୁ ଏହା ଏକ କଲରାପତିରିଆ ବାଘ ବୋଲି ଅନୁମାନ କରାଯାଉଥିବା ଡିଏଫ୍‌ଓ ଅଭୟ କୁମାର ଦଳେଇ ପ୍ରକାଶ କରିଛନ୍ତି। ତେବେ ବାଘଟି ହଦଗଡ଼ ବନ୍ୟପ୍ରାଣୀ ବନଖଣ୍ଡ ଅଞ୍ଚଳରୁ ଆସି ପୁନର୍ବାର ଫେରିଯାଇଥିବା ବନ ବିଭାଗ ଅନୁମାନ କରିଛି। ଏନେଇ ବନ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ସଚେତନ କରାଯାଇଛି। ଏକାକୀ ଘର ବାହାରେ ବୁଲାବୁଲି ନ କରିବା, ଘର ସମ୍ମୁଖରେ ଆବଶ୍ୟକ ଲାଇଟ୍‌ ଜଳାଇବାର ବ୍ୟବସ୍ଥା ଗ୍ରହଣ କରିବା, ରାତି ସମୟରେ ସାଙ୍ଗରେ ଲାଇଟ୍‌ ଧରି ଯିବା ଭଳି ସଚେତନତା ବାର୍ତ୍ତା ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri