ଏବେ ଶକ୍ତିକୁ ସ୍କୁଟର

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସେଥିମଧ୍ୟରେ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ସ୍କୁଟର କିଣିବାକୁ ରାଜ୍ୟ ସରକାର ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଯୋଗାଇ ଦେବେ। ସଦସ୍ୟମାନେ ନିଜ ମନପସନ୍ଦର ସ୍କୁଟର କିଣି ନିଜ କାର୍ଯ୍ୟକୁ ସହଜ କରିପାରିବେ। ଏଥିପାଇଁ ରାଜ୍ୟ ସରକାର ମିଶନ ଶକ୍ତି ବିଭାଗ ମାଧ୍ୟମରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଗାମୀ ୫ ବର୍ଷ ପାଇଁ ବଜେଟରେ ୫୨୮.୫୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି। ଏହି ପଦକ୍ଷେପ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘଙ୍କ ସହିତ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ (ସିଏସ୍‌ଏସ୍‌) ଏବଂ କାର୍ଯ୍ୟନିର୍ବାହୀ କମିଟି (ଇସି) ସଦସ୍ୟାମାନଙ୍କର ଯାତାୟାତକୁ ସୁଗମ କରିବ। ଏହି ଯୋଜନାରେ ୧,୨୫,୦୦୦ ଗ୍ରାମ ପଞ୍ଚାୟତ, ୱାର୍ଡ, ବ୍ଲକ୍‌, ସହର ଏବଂ ଜିଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ ସଦସ୍ୟ ଉପକୃତ ହେବେ।
ଏହି ଯୋଜନା ମାଧ୍ୟମରେ ଯୋଗ୍ୟ ସଦସ୍ୟମାନେ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଫେରସ୍ତ ପାଇବେ। ରାଜ୍ୟରେ ମହିଳା ସଶକ୍ତୀକରଣ ଦିଗରେ ସେମାନଙ୍କର ଅବଦାନକୁ ସ୍ବୀକୃତି ଦେବ ପାଇଁ ରାଜ୍ୟ ସରକାର ସ୍କୁଟର କ୍ରୟ ପାଇଁ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଛାଡ଼ ଘୋଷଣା କରିଛନ୍ତି। କମ୍ୟୁନିଟି ରିସୋର୍ସ ପର୍ସନ(ସିଆର୍‌ପି-ସିଏମ୍‌), ମାଷ୍ଟର ବୁକ୍‌ କିପର(ଏମ୍‌ବିକେ), ପ୍ରାଣୀ ମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଜୀବିକା ସହାୟିକା, ଉଦ୍ୟୋଗୀ ମିତ୍ର, ବିସିଏ ଭଳି ପ୍ରାୟ ୭୫,୦୦୦ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ କାର୍ଯ୍ୟରତ ଅଛନ୍ତି। ରାଜ୍ୟର ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ମିଶନ ଶକ୍ତି ବିଭାଗ ବଦ୍ଧପରିକର। ଏହି ଯୋଜନାକୁ ବ୍ୟାପକ ଭାବରେ ଉପଲବ୍ଧ କରାଇବା ସହିତ ସୁଚାରୁରୂପେ କାର୍ଯ୍ୟକାରୀ କରିବା ନିମନ୍ତେ ‘ମିଶନ ଶକ୍ତି ସ୍କୁଟର ଯୋଜନା’ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟମାନଙ୍କର ବ୍ୟକ୍ତିଗତ ଯାତାୟାତକୁ ସୁଗମ କରିବା ସହ ସେମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?