ଅଗ୍ନିଶମ ବିଭାଗର ୧୯୦ ଉଦ୍ଧାରକାରୀ ଦଳ ନିୟୋଜିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସୋମବାର ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ପୂରା ପ୍ରସ୍ତୁତିର ସମୀକ୍ଷା କରିବା ସହ ଭିଡିଓ କନ୍‌ଫରେନ୍ସରେ ରାଜ୍ୟରେ ସମସ୍ତ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକରେ ମୋଟ ୧୯୦ଟି ଉଦ୍ଧାରକାରୀ ଦଳକୁ ମୁତୟନ କରାଯାଇଛି। ପ୍ରତି ଦଳକୁ ଆବଶ୍ୟକ ପାୱାର ସ, କମ୍ବି ଟୁଲ୍‌ସ, ଟାୱାର ଲାଇଟ୍‌ ଓ ଅନ୍ୟ ଉପକରଣ ଦିଆଯାଇଛି। ଏଥିସହ ପତ୍ୟେକ ଜିଲାରେ ଗୋଟିଏ ଗୋଟିଏ ପ୍ଲାଜ୍‌ମା କଟର ମଧ୍ୟ ମହଜୁଦ ରହିଛି। ଏହି ଦଳଗୁଡିକ ବାତ୍ୟା ସମୟରେ ଉପଡିଥିବା ଗଛଗୁଡିକୁ କାଟିବା ସହ ବିଦ୍ୟୁତ ଖୁଣ୍ଟକୁ ମଧ୍ୟ କାଟି ରାସ୍ତା ସଫା କରିବେ। ଜିଲାର ସଦର ମହକୁମାରେ ଜଣେ ଲେଖାଏ ଅଗ୍ନିଶମ ଅଧିକାରୀ ଦାୟିତ୍ୱରେ ରହି ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବେ। ତେବେ ବାତ୍ୟା ଦ୍ୱାରା ମୁଖ୍ୟତଃ ପ୍ରଭାବିତ ହେବାକୁ ଥିବା ଅଞ୍ଚଳଗୁଡିକୁ ଚିହ୍ନଟ କରାଯାଇ ସେସବୁ ସ୍ଥାନରେ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ଅଗ୍ନିଶମ ଟିମ୍‌ଗୁଡିକୁ ମୁତୟନ କରାଯିବା ଉପରେ ବୈଠକରେ ଡିଜି ଏମ୍‌. ଅକ୍ଷୟ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଉଦ୍ଧାରକାରୀ ଯନ୍ତ୍ରାଂଶ ସହ ପ୍ରସ୍ତୁତ ରହି କୋଭିଡ୍‌ ନିଦେର୍ଶାବଳୀକୁ ମାନି କାର୍ଯ୍ୟ କରିବାକୁ ନିୟୋଜିତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବା ସହିତ ଆବଶ୍ୟକ ସ୍ଥଳେ ଟିମଗୁଡିକୁ ଅନ୍ୟ ଆବଶ୍ୟକ ସ୍ଥାନରେ ପନଃ ନିୟୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟତଃ କଟକ, ଭୁବେନେଶ୍ୱର, ପୁରୀ ଆଦି ସହରର ଜଳମଗ୍ନ ଅଞ୍ଚଳଗୁଡିକରେ ପମ୍ପଗୁଡିକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri