ଅଗ୍ନିଶମ ବିଭାଗର ୧୯୦ ଉଦ୍ଧାରକାରୀ ଦଳ ନିୟୋଜିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସୋମବାର ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ପୂରା ପ୍ରସ୍ତୁତିର ସମୀକ୍ଷା କରିବା ସହ ଭିଡିଓ କନ୍‌ଫରେନ୍ସରେ ରାଜ୍ୟରେ ସମସ୍ତ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକରେ ମୋଟ ୧୯୦ଟି ଉଦ୍ଧାରକାରୀ ଦଳକୁ ମୁତୟନ କରାଯାଇଛି। ପ୍ରତି ଦଳକୁ ଆବଶ୍ୟକ ପାୱାର ସ, କମ୍ବି ଟୁଲ୍‌ସ, ଟାୱାର ଲାଇଟ୍‌ ଓ ଅନ୍ୟ ଉପକରଣ ଦିଆଯାଇଛି। ଏଥିସହ ପତ୍ୟେକ ଜିଲାରେ ଗୋଟିଏ ଗୋଟିଏ ପ୍ଲାଜ୍‌ମା କଟର ମଧ୍ୟ ମହଜୁଦ ରହିଛି। ଏହି ଦଳଗୁଡିକ ବାତ୍ୟା ସମୟରେ ଉପଡିଥିବା ଗଛଗୁଡିକୁ କାଟିବା ସହ ବିଦ୍ୟୁତ ଖୁଣ୍ଟକୁ ମଧ୍ୟ କାଟି ରାସ୍ତା ସଫା କରିବେ। ଜିଲାର ସଦର ମହକୁମାରେ ଜଣେ ଲେଖାଏ ଅଗ୍ନିଶମ ଅଧିକାରୀ ଦାୟିତ୍ୱରେ ରହି ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବେ। ତେବେ ବାତ୍ୟା ଦ୍ୱାରା ମୁଖ୍ୟତଃ ପ୍ରଭାବିତ ହେବାକୁ ଥିବା ଅଞ୍ଚଳଗୁଡିକୁ ଚିହ୍ନଟ କରାଯାଇ ସେସବୁ ସ୍ଥାନରେ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ଅଗ୍ନିଶମ ଟିମ୍‌ଗୁଡିକୁ ମୁତୟନ କରାଯିବା ଉପରେ ବୈଠକରେ ଡିଜି ଏମ୍‌. ଅକ୍ଷୟ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଉଦ୍ଧାରକାରୀ ଯନ୍ତ୍ରାଂଶ ସହ ପ୍ରସ୍ତୁତ ରହି କୋଭିଡ୍‌ ନିଦେର୍ଶାବଳୀକୁ ମାନି କାର୍ଯ୍ୟ କରିବାକୁ ନିୟୋଜିତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବା ସହିତ ଆବଶ୍ୟକ ସ୍ଥଳେ ଟିମଗୁଡିକୁ ଅନ୍ୟ ଆବଶ୍ୟକ ସ୍ଥାନରେ ପନଃ ନିୟୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟତଃ କଟକ, ଭୁବେନେଶ୍ୱର, ପୁରୀ ଆଦି ସହରର ଜଳମଗ୍ନ ଅଞ୍ଚଳଗୁଡିକରେ ପମ୍ପଗୁଡିକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri