ଅଧାରେ ଅଟକିଛି ୨୨ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୪।୧୨: କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୁରଣ ପ୍ରଦାନରେ ବିଳମ୍ବ କାରଣରୁ ଜାତୀୟ ରାଜପଥ(ଏନ୍‌ଏଚ୍‌) ନିର୍ମାଣରେ ଅଗ୍ରଗତି ଆଶାନୁରୂପ ହୋଇପାରୁନାହିଁ। ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଓ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ସୁବିଧାରେ କ୍ଷତିପୂରଣ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ କମ୍ପିଟେଣ୍ଟ ଅଥରିଟି ଅଫ୍‌ ଲ୍ୟାଣ୍ଡ ଆକ୍ୟୁଜେଶନ(ସିଏଏଲ୍‌ଏ ବା କାଲା) ବିଭାଗ ରହିଛି। ହେଲେ ଏହି ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଠିକ୍‌ ସମୟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ପରାହତ ହୋଇଛି। ଏହିକ୍ରମରେ ନିର୍ମାଣ ବିଭାଗର ସ୍ବତନ୍ତ୍ର ସଚିବ ଏଚ୍‌.କେ. ପାଢୀ ଯାଜପୁର ଜିଲା ସମେତ ବାଲେଶ୍ୱର, କଟକ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲାପାଳମାନଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ଗତ ୨୯ରେ ପୁଣି ଥରେ ନିର୍ଦ୍ଦେଶ ଦେଇଛନ୍ତି। ଗତ ୧୧ା୧୦ା୨୦୨୧ରେ ଅନୁରୂପ ଭାବେ ନିର୍ଦ୍ଦେଶ ହୋଇଥିଲେ ହେଁ ତାହା ଏଯାଏ କାର୍ଯ୍ୟକାରୀ ହୋଇ ନ ଥିବାରୁ ସଚିବ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହାସହ ନିର୍ମାଣର ଅଗ୍ରଗତି ପାଇଁ କ୍ଷତିପୂରଣ ଅର୍ଥ ପ୍ରଦାନକୁ ତ୍ୱରାନ୍ବିତ କରିବାକୁ ସିଏଏଲ୍‌ଏ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ସିଏଏଲ୍‌ଏର ଉପରୋକ୍ତ ଅବହେଳା ପାଇଁ ଜିଲାପାଳମାନେ ଅପଦସ୍ଥ ହେଉଥିବା ଉକ୍ତ ପତ୍ରରୁ ଜଳଜଳ ହୋଇ ଦିଶୁଛି।
ରାଜ୍ୟରେ ୧୧୬୨ କି.ମି. ଦୂରତା ବିଶିଷ୍ଟ ୨୨ଟି ଜାତୀୟ ରାଜପଥ (ଏନ୍‌ଏଚ୍‌) ପ୍ରକଳ୍ପ ଗତ ୨୦୧୭ରୁ ନିର୍ମାଣାଧୀନ ରହିଛି। ଏଥିପାଇଁ ଯାଜପୁର, ଅନୁଗୋଳ, ବାଲେଶ୍ୱର, କଟକ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାର ସମୁଦାୟ ୨୪୧୨ ହେକ୍ଟର ବେସରକାରୀ ଜମି ଅଧିଗ୍ରହଣ ହେଉଛି। ଏଥିପାଇଁ ଜମି ହରାଇଥିବା ପ୍ରଜାମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ସିଏଏଲ୍‌ଏ ଜରିଆରେ ୨୩୩୯.୭୨କୋଟି ଟଙ୍କା ଜମା ହୋଇଛି। ହେଲେ ସିଏଏଲ୍‌ଏ କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଗତ ୨୦ା୯ା୨୦୨୧ ସୁଦ୍ଧା ୨୪୨.୯୫୫ କୋଟି ଟଙ୍କା କ୍ଷତିଗ୍ରସ୍ତ ପ୍ରଜାଙ୍କୁ ବଣ୍ଟନ ହୋଇ ପାରିନାହିଁ। ଫଳରେ ନିର୍ମାଣାଧୀନ ସମସ୍ତ ୨୨ଟି ପ୍ରକଳ୍ପ ଅଧାରେ ଅଟକିଛି। ଏହାବାଦ୍‌ ୨୦୨୧-୨୨ ଓ ୨୦୨୨-୨୩ ବର୍ଷ ପାଇଁ ନିଷ୍ପତ୍ତି ନିଆଯାଇଥିବା ୨୦ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରିନାହିଁ। ଏହି ମର୍ମରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଗତ ସେପ୍ଟେମ୍ବର ୨୦ରେ ସଡ଼କ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟର ସଚିବ ତଥା ଏନ୍‌ଏଚ୍‌ଆଇଏର ଅଧ୍ୟକ୍ଷ ଗିରିଧର ଅରମନେ ସୂଚନା ଦେବା ପରେ ନିର୍ମାଣ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଥିଲା। କିନ୍ତୁ ଏହି ତପତ୍ରତା ନିର୍ମାଣ ବିଭାଗର ଗତ ୨୯ ତାରିଖ ପତ୍ରରୁ ପୁଣି ନିଷ୍କ୍ରିୟ ହୋଇ ପଡିଥିବା ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପରେ ରେଗୁଲାର ପିଲାଙ୍କ ପରୀକ୍ଷା ଘଞ୍ଚିଲା

ଭୁବନେଶ୍ୱର, ୨୭।୪(ଅସମାପିକା ସାହୁ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri