୨୯୮ ଅଭିଯୋଗର ଶୁଣାଣି

ଭୁବନେଶ୍ୱର, ୧୯।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରକାଶ ପରେ ଏହାକୁ ନେଇ ଆପତ୍ତି ଅଭିଯୋଗ ସରିଛି। ବୁଧବାର ସୁଦ୍ଧା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳର ଅସନ୍ତୋଷ ଭୋଟରମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଦାଖଲ କରିବା ପରେ ଶୁକ୍ରବାର ଏହାର ଶୁଣାଣି ହୋଇଛି। ଭୁବନେଶ୍ୱର ନିର୍ବାଚନ ଅଧିକାରୀ ତଥା ଏଡିଏମ୍‌ ପ୍ରଫୁଲ୍ଲ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରାଯାଇଛି। ସମୁଦାୟ ୨୯୮ଟି ଅଭିଯୋଗ ଆସିଥିଲା। ଏସବୁର ଶୁଣାଣି ହେବା ପରେ ଏହାର ଡ୍ରାଫ୍ଟ ପ୍ରସ୍ତୁତ କରାଯିବ। ଆସନ୍ତା ୨୪ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଏଡିଏମ୍‌ ସ୍ବାଇଁ ସୂଚନା ଦେଇଛନ୍ତି। ଯେଉଁ ତାଲିକା ପ୍ରଦାନ କରାଯାଇଥିଲା, ସେହି ଅନୁଯାୟୀ ଭୋଟରଙ୍କ ନାମ ତାଲିକାରେ ସ୍ଥାନ ପାଇଛି। ଏଥିରେ କୌଣସି ତ୍ରୁଟି ହୋଇନାହିଁ। ତେବେ ତାଲିକାରେ ଥିବା ସତ୍ତ୍ୱେ କାହାର ନାମ କଟି ଯାଇଥିଲେ ବା ଓ୍ବାର୍ଡ ପରିବର୍ତ୍ତନ ହୋଇଥିଲେ, ତୁରନ୍ତ ଏହାର ସମାଧାନ କରାଯାଉଛି ବୋଲି ସେ କହିଛନ୍ତି। ପୌର ନିର୍ବାଚନ ପରିପ୍ରେକ୍ଷୀରେ ପ୍ରସ୍ତୁତ ନୂତନ ଭୋଟର ତାଲିକା ଅନୁଯାୟୀ, ଚଳିତବର୍ଷ ୭ଲକ୍ଷ ୨୭ ହଜାର ୪୫୬ଜଣ ଭୋଟର ଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୋଟର ତାଲିକା ପ୍ରକାଶ ପାଇବା ପରେ ବିଭିନ୍ନ ଓ୍ବାର୍ଡରେ ଅସନ୍ତୋଷ ଦେଖାଦେଇଥିଲା। କେତେକ ଓ୍ବାର୍ଡରୁ ବହୁ ଭୋଟରଙ୍କ ନାମ ନ ଥିବା ଅଭିଯୋଗ ହୋଇଥିଲା। ଅନେକ ଭୋଟରଙ୍କର ଓ୍ବାର୍ଡ ବଦଳିଯାଇଥିବା ମଧ୍ୟ ଜଣାପଡିଥିଲା। ଅଭିଯୋଗ ଉପରେ ପଦକ୍ଷେପ ନେବା ପାଇଁ ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ୯ଟି ଟିମ୍‌ ଏହି କାର୍ଯ୍ୟରେ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri