ଦେଇଥିବା କଥା ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।
ସୂଚନାଯୋଗ୍ୟ ଯେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି। ୨୦୨୧ ଡିସେମ୍ବର ୨୧ରେ ରାଜ୍ୟ କ୍ୟାବିନେଟରେ ଘର ମରାମତି ସହାୟତା ନିଷ୍ପତ୍ତି କରାଯାଇଥିଲା। ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ହିତାଧିକାରୀମାନଙ୍କୁ ସହାୟତା ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ। ୨୦୧୪ରେ ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚାଘରକୁ ପକ୍କାଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ କାମ କରାଯାଉଛି। ୨୦୧୪ରୁ ଏ ପର୍ଯ୍ୟନ୍ତ ୩୧ ଲକ୍ଷ ପରିବାରକୁ ପକ୍କାଘର ଯୋଗାଇ ଦିଆଯାଇଛି। ରାଜ୍ୟର ଶେଷ କଚ୍ଚାଘରକୁ ପକ୍କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ। ଘର ମରାମତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ମରାମତି ପାଇଁ ୩ହଜାର ଟଙ୍କା ଲେଖାଏ ସହାୟତା ଦିଆଯାଇଛି। ସବୁ ଗ୍ରାମୀଣ ପକ୍କାଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନ ଥିବା ବିଷୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଫନୀ ବାତ୍ୟା ସମୟରେ ରାଜ୍ୟର ୧୪ ଜିଲାର ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା । ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରଖଣ୍ଡିଏ ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି। ଏ ବିଷୟରେ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଆସୁଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜନଜାତି ଭାଇଭଉଣୀମାନେ ମଧ୍ୟ କେନ୍ଦ୍ରୀୟ ଯୋଜନାରେ ଘରଖଣ୍ଡିଏ ପାଇବା ପାଇଁ ଚାହିଁ ରହିଛନ୍ତି । ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗାଘରେ ରହୁଛନ୍ତି, ତା’ର ମରାମତି ପାଇଁ ୫ହଜାର ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ସଂଗ୍ରହ କରାଯାଉଛି। ଖୁବ୍‌ଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଲୋକଙ୍କ ଆଶ୍ରୟ ସୁରକ୍ଷାକୁ ପ୍ରାଥମିକତା ଦେଇ ସମସ୍ତଙ୍କ ମୁଣ୍ଡ ଉପରେ ଏକ ସୁନ୍ଦର ଛାତଟିଏ ରଖିବା ଆମର ଲକ୍ଷ୍ୟ। ଏଥିପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କରୋନା ମହାମାରୀର ଆର୍ଥିକ ଦୁଃସ୍ଥିତି ସମୟରେ ୧୨ ଲକ୍ଷ ୨୫ ହଜାର ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଘର ପାଇନାହାନ୍ତି। ଏହି ପରିବାରମାନେ ବର୍ତ୍ତମାନ ଯେଉଁ ଘରେ ରହୁଛନ୍ତି, ତା’ର ମରାମତି ପାଇଁ ବିଜୁ ପକ୍କାଘର ଯୋଜନାରୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଗଁାର ଗରିବ ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ନିର୍ଦ୍ଦେଶ ଦେଇଆସିଛନ୍ତି। ଘର ମରାମତି ପାଇଁ ମଧ୍ୟ ସହାୟତା ଦିଆଯାଇଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦରଦୀ ହୃଦୟର ପରିଚୟ ଦିଏ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ କରିବା ସମୟରେ ଗଞ୍ଜାମର ସବିତା ଭୂୟାଁ, କଳାହାଣ୍ଡିର ବିମଳା ମାଝି ଓ ଆହୁରି ଅନେକ ହିତାଧିକାରୀ କହିଥିଲେ ଯେ, ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ସୁବିଧା ଅସୁବିଧା ସମୟରେ ସାହାଯ୍ୟ ପାଇ ଆସିଛନ୍ତି। ଏହି ସହାୟତା ସେମାନଙ୍କ ଘରକୁ ଆହୁରି ଦୀର୍ଘସ୍ଥାୟୀ କରିବ ବୋଲି ପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିବା ବେଳେ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲାପାଳମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?