ଦେଇଥିବା କଥା ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।
ସୂଚନାଯୋଗ୍ୟ ଯେ ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି। ୨୦୨୧ ଡିସେମ୍ବର ୨୧ରେ ରାଜ୍ୟ କ୍ୟାବିନେଟରେ ଘର ମରାମତି ସହାୟତା ନିଷ୍ପତ୍ତି କରାଯାଇଥିଲା। ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ହିତାଧିକାରୀମାନଙ୍କୁ ସହାୟତା ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ। ୨୦୧୪ରେ ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚାଘରକୁ ପକ୍କାଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ କାମ କରାଯାଉଛି। ୨୦୧୪ରୁ ଏ ପର୍ଯ୍ୟନ୍ତ ୩୧ ଲକ୍ଷ ପରିବାରକୁ ପକ୍କାଘର ଯୋଗାଇ ଦିଆଯାଇଛି। ରାଜ୍ୟର ଶେଷ କଚ୍ଚାଘରକୁ ପକ୍କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ। ଘର ମରାମତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ମରାମତି ପାଇଁ ୩ହଜାର ଟଙ୍କା ଲେଖାଏ ସହାୟତା ଦିଆଯାଇଛି। ସବୁ ଗ୍ରାମୀଣ ପକ୍କାଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନ ଥିବା ବିଷୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଫନୀ ବାତ୍ୟା ସମୟରେ ରାଜ୍ୟର ୧୪ ଜିଲାର ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା । ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରଖଣ୍ଡିଏ ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି। ଏ ବିଷୟରେ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଆସୁଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜନଜାତି ଭାଇଭଉଣୀମାନେ ମଧ୍ୟ କେନ୍ଦ୍ରୀୟ ଯୋଜନାରେ ଘରଖଣ୍ଡିଏ ପାଇବା ପାଇଁ ଚାହିଁ ରହିଛନ୍ତି । ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗାଘରେ ରହୁଛନ୍ତି, ତା’ର ମରାମତି ପାଇଁ ୫ହଜାର ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ସଂଗ୍ରହ କରାଯାଉଛି। ଖୁବ୍‌ଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଲୋକଙ୍କ ଆଶ୍ରୟ ସୁରକ୍ଷାକୁ ପ୍ରାଥମିକତା ଦେଇ ସମସ୍ତଙ୍କ ମୁଣ୍ଡ ଉପରେ ଏକ ସୁନ୍ଦର ଛାତଟିଏ ରଖିବା ଆମର ଲକ୍ଷ୍ୟ। ଏଥିପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କରୋନା ମହାମାରୀର ଆର୍ଥିକ ଦୁଃସ୍ଥିତି ସମୟରେ ୧୨ ଲକ୍ଷ ୨୫ ହଜାର ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଘର ପାଇନାହାନ୍ତି। ଏହି ପରିବାରମାନେ ବର୍ତ୍ତମାନ ଯେଉଁ ଘରେ ରହୁଛନ୍ତି, ତା’ର ମରାମତି ପାଇଁ ବିଜୁ ପକ୍କାଘର ଯୋଜନାରୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଗଁାର ଗରିବ ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ନିର୍ଦ୍ଦେଶ ଦେଇଆସିଛନ୍ତି। ଘର ମରାମତି ପାଇଁ ମଧ୍ୟ ସହାୟତା ଦିଆଯାଇଛି। ଏହା ମୁଖ୍ୟମନ୍ତ୍ରୀଙ୍କ ଦରଦୀ ହୃଦୟର ପରିଚୟ ଦିଏ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ କରିବା ସମୟରେ ଗଞ୍ଜାମର ସବିତା ଭୂୟାଁ, କଳାହାଣ୍ଡିର ବିମଳା ମାଝି ଓ ଆହୁରି ଅନେକ ହିତାଧିକାରୀ କହିଥିଲେ ଯେ, ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ସୁବିଧା ଅସୁବିଧା ସମୟରେ ସାହାଯ୍ୟ ପାଇ ଆସିଛନ୍ତି। ଏହି ସହାୟତା ସେମାନଙ୍କ ଘରକୁ ଆହୁରି ଦୀର୍ଘସ୍ଥାୟୀ କରିବ ବୋଲି ପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିବା ବେଳେ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲାପାଳମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri