ବ୍ରିଟିଶ ନିର୍ମିତ ବଙ୍ଗଳା ପରିସରରେ ନିର୍ମାଣ ହେବ ପର୍ଯ୍ୟଟନ କ୍ଷେତ୍ର

ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍‌ଠାରେ ୧୮୮୫ରେ ବ୍ରିଟିଶ୍‌ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍‌ ବା ବାତ୍ୟା ଆଶ୍ରୟସ୍ଥଳ ବା ବଙ୍ଗଳା ନିର୍ମାଣ କରାଯାଇଥିଲା। ସ୍ବାଧୀନତା ପରେ ରାଜ୍ୟ ସରକାରଙ୍କ ଜଳ ସେଚନ ବିଭାଗ ଅଧୀନରେ ପରିଚାଳିତ ହେଉଛି। ରକ୍ଷଣା ବେକ୍ଷଣ ଅଭାବରୁ ଉକ୍ତ ଗୃହଟି ଭାଙ୍ଗି ରୁଜି ଗଲାଣି। ଏ ନେଇ ବୁଧବାର ‘ଧରିତ୍ରୀ’ ରେ ‘ବ୍ରିଟିଶ ନିର୍ମିତ ବଙ୍ଗଳା ଏବେ ଭୂତକୋଠି’ ଶୀର୍ଷକ ଖବର ପ୍ରକାଶ ପାଇଛି। ଏହାପରେ ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ପୂର୍ବାହ୍ନରେ ଏହି ବଙ୍ଗଳା ପରିଦର୍ଶନ କରିବା ସହିତ ପରିସର ମଧ୍ୟରେ ପର୍ଯ୍ୟଟକମାନଙ୍କ ଚିତ୍ତ ବିନୋଦନ ପାଇଁ ଏକ ଅତ୍ୟାଧୁନିକ ପାର୍କ ଓ ନୂତନ ଗୃହ ଅତ୍ୟାଧୁନିକ ଶୈଳିରେ ନିର୍ମିତ ହେବ ବୋଲି ସୂଚନା ମିଳିଛି। ପର୍ଯଟନ କ୍ଷେତ୍ର ହୁକିଟୋଲା ଓ ଫଲ୍ସ ପଏଣ୍ଟ ବତିଘରକୁ ଦୂର ଦୁରନ୍ତରୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ସୀମିତ ରହଣି ପାଇଁ ଏହା ସହାୟକ ହେବ ବୋଲି କୁହାଯାଇଛି। ମନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏ ନେଇ ମହାକାଳପଡ଼ା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରେ ଉକ୍ତ ସ୍ଥାନରେ ଚିତ୍ତ ବିନୋଦନ ପାଇଁ ଏକ ପାର୍କ ଓ ଗୃହ ନିର୍ମାଣ ହେବା ପାଇଁ ସରକାରୀ ସ୍ତରରେ ପ୍ରକୃଷ୍ଠ ଜମି ରହିଛି ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri