ବସ୍‌ରୁ ଓହ୍ଲାଇ ଦୟା ନଦୀକୁ ଡେଇଁଲେ ପର୍ଯ୍ୟଟକ, ପାଣି ନ ଥିବାରୁ…

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଟୁରିଷ୍ଟ ବସ୍‌ ଶନିବାର ଦୟା ନଦୀ ବ୍ରିଜ୍‌ ଉପରେ ରହିଥିଲା। ଜଣେ ବ୍ୟକ୍ତି ବସ୍‌ରୁ ଓହ୍ଲାଇ ହଠାତ୍‌ ପୋଲ ଉପରୁ ନଦୀକୁ ଡେଇଁ ପଡିଥିଲେ। ଦୟା ନଦୀରେ ପାଣି ନ ଥିବାରୁ ବ୍ୟକ୍ତିି ଜଣକ ନଦୀ ବାଲିରେ ପଡ଼ି ଗୁରୁତର ଆହତ ହୋଇଥିଲେ। ଖବର ପାଇ ଧଉଳି ଥାନା ପୋଲିସ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ଆମତ୍ହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଅନ୍ତର୍ଗତ ଯଶିପୁର ଥାନା ଅଞ୍ଚଳର ଦେବେନ୍ଦ୍ର ଟିୟୁ। ଦେବେନ୍ଦ୍ର ଏବେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ସୁସ୍ଥ ହେବାପରେ ଘଟଣା ସମ୍ପର୍କରେ ତାଙ୍କୁ ପଚରାଉଚରା କରାଯିବ ବୋଲି ଥାନା ଅଧିକାରୀ ଦୟାନୀଧି ନାୟକ କହିଛନ୍ତି। ଦେବେନ୍ଦ୍ର ପରିବାର ଲୋକଙ୍କ ସହ ପୁରୀ, କୋଣାର୍କ ବୁଲିବାକୁ ଆସିଥିଲେ। ରବିବାର ପୁରୀ, କୋଣାର୍କ, ଧଉଳି ବୁଲି ସାରିବା ପରେ ଟୁରିଷ୍ଟ ବସ୍‌ରେ ଲିଙ୍ଗରାଜ ମନ୍ଦିର ଯାଉଥିଲେ। ତେବେ ଦିନ ପ୍ରାୟ ୧୧ଟା ବେଳେ ବସ୍‌ଟି ଦୟା ନଦୀ ଉପରେ ଅଟକିଥିଲା। ସେ ବସ୍‌ରୁ ଓହ୍ଳାଇବା ସହ ଦୌଡ଼ି ଦୌଡ଼ି ବ୍ରିଜ୍‌ ଉପରୁ ତଳକୁୁ ଡେଇଁ ପଡିଥିଲେ। ଦେବେନ୍ଦ୍ର ମାନସିକ ବିକାରଗସ୍ତ ଥିବା ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?