ରାଷ୍ଟ୍ରପତିଙ୍କୁ ଜଏରାଟ ବୁଣାକାରଙ୍କ ଗାମୁଛା ଉପହାର

ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତିଙ୍କୁ ଭେଟି ଏହି ଉପହାର ପ୍ରଦାନ କରିଛନ୍ତି। ଓଡ଼ିଶା ଗସ୍ତରେ ଆସିବା ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ନିମନ୍ତେ ଯାଇଥିବାବେଳେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଉକ୍ତ ଉପହାର ଦେଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ଗତ ଜାନୁୟାରୀ ୨୦ ତାରିଖରେ ରାଜ୍ୟ ଭଜପା ସଭାପତି ସମୀର ମହାନ୍ତି କିଶୋରନଗର ବ୍ଲକ ଗସ୍ତରେ ଆସିଥିବାବେଳେ ବୁଣାକାର ପ୍ରମୋଦ ତାଙ୍କୁ ଭେଟିବା ସହ ନିଜ ହାତ ତିଆରି ଗାମୁଛା ରାଷ୍ଟ୍ରପତିଙ୍କୁ ଉପହାର ଭାବେ ଦେବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri