ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା: ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଆନନ୍ଦପୁର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଏସ୍‌ଆଇଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ଟ୍ରାକ୍ଟର ଚାଳକଙ୍କୁ ଜନୈକ ଏସ୍‌ଆଇ ତାଙ୍କ ସହଯୋଗୀଙ୍କ ସହିତ ଗୋଡ଼ାଇ ଗୋଡ଼ାଇ ଫାଇବର ପାଇପ୍‌ରେ ବାଡ଼ାଇବା ଫଳରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟାରେ ଆନନ୍ଦପୁର ଥାନାର ଷଡ଼ଙ୍ଗୀ ଛକ ନିକଟରେ ଟ୍ରାକ୍ଟର ଡ୍ରାଇଭର ପାର୍ଥ ପୂର୍ତ୍ତି ଏକ ଦୋକାନକୁ ଚାଓମିନ୍‌ ଖାଇବାକୁ ଆସିଥିବା ସମୟରେ ବାଇକ୍‌ ଯୋଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅତର୍କିତ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଟ୍ରାକ୍ଟର ଚାଳକଙ୍କ ଗୋଡ଼ ଭାଙ୍ଗିବା ଫଳରେ ୧୦୮ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣାକୁ ଆନନ୍ଦପୁର ଥାନା ଅଧିକାରୀ ଦେବକୀ ନାଇକ ଭିତ୍ତିହୀନ ଅଭିଯୋଗ କହିବା ସହିତ ଚୋରା ବାଲି ଚାଲାଣ ଘଟଣାକୁ ରୋକିବା ପାଇଁ ପୋଲିସ ରେଡ୍‌ କରିବା ସମୟରେ ସମ୍ପୃକ୍ତ ଟ୍ରାକ୍ଟର ଡ୍ରାଇଭର ଡିଆଁ ମାରିବାରୁ ଗୋଡ଼ ଭାଙ୍ଗିଥିବା କହିଥିଲେ। ପୋଲିସର ଏଭଳି କାର୍ଯ୍ୟକଳାପକୁ ବିରୋଧ କରି ସ୍ଥାନୀୟ ଅଞ୍ଚଳର ଟ୍ରାକ୍ଟର ଚାଳକ ଓ ସେମାନଙ୍କ ପରିବାରବର୍ଗ ଗୁରୁବାର ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ଦାବିପତ୍ର ପ୍ରଦାନ କରିବା ସହ ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri