ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା: ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଆନନ୍ଦପୁର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଏସ୍‌ଆଇଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ଟ୍ରାକ୍ଟର ଚାଳକଙ୍କୁ ଜନୈକ ଏସ୍‌ଆଇ ତାଙ୍କ ସହଯୋଗୀଙ୍କ ସହିତ ଗୋଡ଼ାଇ ଗୋଡ଼ାଇ ଫାଇବର ପାଇପ୍‌ରେ ବାଡ଼ାଇବା ଫଳରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟାରେ ଆନନ୍ଦପୁର ଥାନାର ଷଡ଼ଙ୍ଗୀ ଛକ ନିକଟରେ ଟ୍ରାକ୍ଟର ଡ୍ରାଇଭର ପାର୍ଥ ପୂର୍ତ୍ତି ଏକ ଦୋକାନକୁ ଚାଓମିନ୍‌ ଖାଇବାକୁ ଆସିଥିବା ସମୟରେ ବାଇକ୍‌ ଯୋଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅତର୍କିତ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଟ୍ରାକ୍ଟର ଚାଳକଙ୍କ ଗୋଡ଼ ଭାଙ୍ଗିବା ଫଳରେ ୧୦୮ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣାକୁ ଆନନ୍ଦପୁର ଥାନା ଅଧିକାରୀ ଦେବକୀ ନାଇକ ଭିତ୍ତିହୀନ ଅଭିଯୋଗ କହିବା ସହିତ ଚୋରା ବାଲି ଚାଲାଣ ଘଟଣାକୁ ରୋକିବା ପାଇଁ ପୋଲିସ ରେଡ୍‌ କରିବା ସମୟରେ ସମ୍ପୃକ୍ତ ଟ୍ରାକ୍ଟର ଡ୍ରାଇଭର ଡିଆଁ ମାରିବାରୁ ଗୋଡ଼ ଭାଙ୍ଗିଥିବା କହିଥିଲେ। ପୋଲିସର ଏଭଳି କାର୍ଯ୍ୟକଳାପକୁ ବିରୋଧ କରି ସ୍ଥାନୀୟ ଅଞ୍ଚଳର ଟ୍ରାକ୍ଟର ଚାଳକ ଓ ସେମାନଙ୍କ ପରିବାରବର୍ଗ ଗୁରୁବାର ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ଦାବିପତ୍ର ପ୍ରଦାନ କରିବା ସହ ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?