ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଲୁଣିଖାଇ ଗାଁର ଯୋଗେନ୍ଦ୍ର ଦେଓଗାମ। ସେହିଭଳି ବିରବଳ ଗାଁର ଯଦୁ ହୋ ଗୁରୁତର ଆହତ ହୋଇଛନ୍ତି। ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଅନନ୍ଦପୁର ଆଇଆଇସି ଫଣୀନ୍ଦ୍ର ନାଏକଙ୍କ ନେତୃତ୍ୱରେ ପୋଲିସ ଭ୍ୟାନ୍ରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଆନନ୍ଦପୁର ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ସମ୍ପର୍କରେ ଆଇଆଇସି ନାଏକ ତଦନ୍ତ ଆରମ୍ଭ କରିଥିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଖୋଜାଯାଉଛି।