Posted inଜାତୀୟ

ବିଳାସପୁରରେ ଟଳିଲା ବାଲେଶ୍ୱର ଭଳି ଟ୍ରେନ୍‌ ଦୁର୍ଘଟଣା

ବିଳାସପୁର, ୧୨ା୬ : ବାଲେଶ୍ୱରର ବାହାନଗା ବଜାର ରେଳଷ୍ଟେଶନ ନିକଟରେ ମର୍ମନ୍ତୁଦ ଟ୍ରିପଲ୍‌ ଟ୍ରେନ୍‌ ଧକ୍କା ପରେ ଦୁର୍ଘଟଣା ରେଲ୍‌ଓ୍ବେର ପିଛା ଛାଡ଼ୁନାହିଁ। ଶନିବାର ସନ୍ଧ୍ୟାରେ ଛତିଶଗଡ଼ର ବିଳାସପୁର ଜିଲାରେ ଦୁଇଟି ଟ୍ରେନ୍‌ ସମ୍ଭାବ୍ୟ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମେମୁ ଟ୍ରେନ୍‌ ଏବଂ ମାଲ୍‌ବାହୀ ଟ୍ରେନ୍‌ ଗୋଟିଏ ଟ୍ରାକ୍‌ରେ ପରସ୍ପର ମୁହାଁମୁହିଁ ସ୍ଥିତିକୁ ଆସିଯାଇଥିଲେ। ଉଭୟ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଓ ତ୍ୱରିତ୍‌ ପଦକ୍ଷେପ ଯୋଗୁ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇପାରିଛି ଓ ଶତାଧିକ ଜୀବନ ରକ୍ଷା ହୋଇଛି। ସମ୍ଭାବ୍ୟ ଧକ୍କାର କେଇ ଫୁଟ୍‌ ଦୂରରେ ଦୁଇ ଟ୍ରେନ୍‌ ଅଟକି ଯାଇଥିଲେ। ମେମୁ ଲୋକାଲ ଟ୍ରେନ୍‌ଟି କୋର୍ବା ଅଭିମୁଖେ ଯାଉଥିବାବେଳେ ବିଳାସପୁର ଜିଲାର ଜୟରାମନଗର ଏବଂ କୋଟମିସୋନାର ମଧ୍ୟବର୍ତ୍ତୀ ସ୍ଥାନରେ ଉକ୍ତ ରେଳଲାଇନରେ ବିପରୀତ ଦିଗରୁ ଏକ ମାଲ୍‌ବାହୀ ଟ୍ରେନ୍‌ ଆସୁଥିଲା। ଏହା ମାନବକୃତ ଓ ବୈଷୟିକ ତ୍ରୁଟିରୁ ହୋଇଥିଲା, ଯାହାକୁ ଠିକ୍‌ ସମୟରେ ସଂଶୋଧନ କରାଯିବାରୁ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇପାରିଲା ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri