ରେଳ ଧାରଣା ଉପରେ ପଡ଼ିଲା ବିଶାଳକାୟ ଗଛ, ଚାପି ହୋଇ ମହିଳା ଗୁରୁତର

ବାରିପଦା,୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବେତନଟୀ ରେଳ ଷ୍ଟେଶନରେ ଗୁରୁବାର ଏକ ବଡ଼ ବିପଦ ଟଳି ଯାଇଛି। ଟ୍ରେନ୍‌ଟି ଉକ୍ତ ଷ୍ଟେଶନ ଅତିକ୍ରମ କରିବାର ମାତ୍ର ୫ ମିନିଟ୍‌ ପରେ ରେଳ ଧାରଣା ଉପରେ ଏକ ବିଶାଳକାୟ ଶାଳଗଛ ପଡ଼ିଥିଲା।

ସୂଚନାନୁଯାୟୀ, ରୁପ୍‌ସାରୁ ବାଙ୍ଗିରିପୋଷି ଅଭିମୁଖେ ମେମୁ ଟ୍ରେନ ଧାର୍ଯ୍ୟ ସମୟରେ ଯାଉଥିବା ବେଳେ ବେତନଟୀ ଷ୍ଟେଶନରେ ଅଟକି ଥିଲା। ତେବେ ବେତନଟୀ ଷ୍ଟେଶନ ଅତିକ୍ରମ କରିବାର ମାତ୍ର ୫ମିନିଟ୍‌ ପରେ ଏକ ବିଶାଳ ଶାଳଗଛ ରେଳଧାରଣା ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବିଚ୍ଛେଦ ହୋଇଯାଇଥିଲା। ବାଙ୍ଗିରିପୋଷି ଅଭିମୁଖେ ଯାଉଥିବା ମେମୁଟ୍ରେନ କେସିପୁର ଷ୍ଟେଶନରେ ଅଟକି ରହିଥିବା ଜଣାଯାଇଛି। ଏପଟେ କେସିପୁର ଷ୍ଟେଶନରେ ମେମୁଟ୍ରେନ ଅଟକି ରହିଥିବାରୁ ଭଞ୍ଜପୁର ଷ୍ଟେଶନରେ ମରାମତି ପାଇଁ ରହିଥିବା ସହାୟକ ଟ୍ରେନ୍‌ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରୁନାହିଁ। ଫଳରେ ବାଲେଶ୍ୱରରୁ ଏକ ଅତିରିକ୍ତ ଟ୍ରେନ୍‌ ମରାମତି ପାଇଁ ଘଟଣାସ୍ଥଳକୁ ଆସୁଥିବା ନେଇ ଉପସ୍ଥିତ ରେଳବିଭାଗର କର୍ମଚାରୀ ସୂଚନା ଦେଇଛନ୍ତି। ତେବେ ରେଳଧାରଣା ଉପରେ ଗଛ ପଡ଼ିବା ସମୟରେ ଗଛତଳେ ଚାପିହୋଇ ଜଣେ ମହିଳା ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri