ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ ସମେତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ ଡା. ଧନେଶ୍ୱର ସେଠୀ, ବ୍ଲକ୍‌ ଅଧ୍ୟକ୍ଷା ଅନସୂୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପଧାନ, କୋମନା ବିଡିଓ ସର୍ବେଶ୍ୱର ଜାଲ, ସ୍ଥାନୀୟ ସରପଞ୍ଚ କ୍ଷୀରସିନ୍ଧୁ ଭୋଇ, ସମିତି ସଭ୍ୟ ଭୂମିସୂତା ଶଗରିଆ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମାରୋହରେ ଜିଲାପାଳ ନବଜାତ ୨ ଶିଶୁକନ୍ୟାଙ୍କୁ କୋଳରେ ଧରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ୩ ଜଣ ଗର୍ଭବତୀ ମହିଳାଙ୍କୁ ଅତିଥିମାନେ ଫଳମୂଳ, ପନିପରିବା, ପୁଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଭେଟି ଦେଇଥିଲେ। ଏହାପରେ ଜିଲାରୁ ପ୍ରବାସୀ ଶ୍ରମିକ ସମସ୍ୟା ଦୂରକରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଧରୁଆ ଏହାକୁ ପରିଚାଳନା କରିଥିଲେ। ସଭାରେ ଅତିଥି ଓ ଅଧିକାରୀ ଉପସ୍ଥିତ ଜନସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥା କିଭଳି ରୋକାଯାଇପାରିବ ସେ ବିଷୟରେ ସୂଚନା ଦେଇଥିଲେ। ନୂଆପଡ଼ା ଥରେ ମାତ୍ର ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ମୁକ୍ତ ଜିଲା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା। ଏହାସହ ବିବାହ ତଥା ପର୍ବପର୍ବାଣିରେ ପ୍ଲାଷ୍ଟିକ୍‌ ଖଲି, ଦନା, ଗ୍ଲାସ୍‌ ଇତ୍ୟାଦି ବ୍ୟବହାର ବନ୍ଦକରିବା ପାଇଁ ଜିଲାପାଳ ଏକ ବର୍ତ୍ତନ ବ୍ୟାଙ୍କର ଉଦ୍‌ଘାଟନ କରିଥିଲେ। ଆମେ ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଓ ପ୍ଲାଷ୍ଟିକ୍‌ମୁକ୍ତ ଜିଲାରେ ପରିଣତ କରିବା ପାଇଁ ସେ ଆହ୍ବାନ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri