ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ଲଷ୍ମୀନାରାୟଣ ପଣ୍ଡା ଯୋଗଦେଇ ବୃକ୍ଷର ଆବଶ୍ୟକତା ବୁଝାଇଥିଲେ। ବୃକ୍ଷ ଆମକୁ ଜୀବନ ଦେବା ସହ ଛାଇ, ଫଳ, ଫୁଲ ଓ ଆବଶ୍ୟକ ସହାୟତା ସାମଗ୍ରୀ ପ୍ରଦାନ କରିଥାଏ। ବିଶେଷ କରି ଅମ୍ଳଜାନ ପ୍ରଦାନ କରୁଥିବା କହିବା ସହ ଛାତ୍ରୀଛାତ୍ରଙ୍କୁ ଜଳବାୟୁ, ବୃକ୍ଷ, ପରିବେଶ ସମ୍ପର୍କିତ ପ୍ରଶ୍ନ ଉତ୍ତର କରିଥିଲେ ଓ ଛାତ୍ରୀଛାତ୍ର, ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ସଚେତନ କରାଇ ବ୍ୟାପକ ବୃକ୍ଷ0ରୋପଣ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ବିଦ୍ୟାଳୟ ପରିସର ମଧ୍ୟରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ବନାଞ୍ଚଳ ଅଧିକାରୀ ଓ ଅନ୍ୟ କର୍ମଚାରୀ ପ୍ରାୟ ଦେଢ଼ ଶହ ଚାରା ରୋପଣ କରିଥିଲେ। ଆତ, ନିମ୍ବ, ଆମ୍ବ, ଜାମୁ, ଯାମି, ସମେତ ବିଭିନ୍ନ ପ୍ରକାର ଔଷଧୀୟ ଚାରାରୋପଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟ ଅତିଥିଙ୍କ ମଧ୍ୟରେ ସିମନବାଡି ସେକ୍ସନର ବନପାଳ ବନିତା ପ୍ରଧାନ, ବନରକ୍ଷୀ ରାହୁଲ କୁମାର, କୁମୁଦ ଚନ୍ଦ୍ର ବେହେରା,ବନମାଳୀ ଗୌଡ଼ ପ୍ରମୁଖ ଯୋଗଦେଇ ଚାରାରୋପଣରେ ସହଯୋଗ କରିଥିଲେ। ସେହିପରି ବିଦ୍ୟାଳୟର ଖେଳ ଶିକ୍ଷକ ସାମନ୍ତ ପ୍ରଧାନଙ୍କ ସମେତ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ତଥା ସ୍ମିତାରାଣୀ ମହାପାତ୍ର, ରମାକାନ୍ତ ଦଣ୍ଡୁଆସି, ସାନିତା ପ୍ରଧାନ, ଦୀପ୍ତି ନାୟକ, ବର୍ଣ୍ଣମାଳା ପ୍ରଧାନ, ବନ୍ଦନା ଜେନା, ଶଙ୍କର ହରିପ୍ରସାଦ ସ୍ବାଇଁ, ସୋମ୍ୟରଞ୍ଜନ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri