ପଶ୍ଚିମା ଝଡ଼ରେ ଉପୁଡ଼ିଲା ଗଛ

ବାରିପଦା ଅଫିସ/ଭଦ୍ରକ ଅଫିସ, ୧୯।୩: ପଶ୍ଚିମା ଝଡ଼ ପ୍ରଭାବରେ ମୟୂରଭଞ୍ଜ ଜିଲାର ଶିମିଳିପାଳ ସମେତ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଶନିବାର ଦିନ ତମାମ ସବୁଠି କୋହଲା ପାଗ ସହ ପବନ ବର୍ଷା ଲାଗିରହିଥିଲା। ବାରିପଦା ସହର ଉପକଣ୍ଠ ଅସନଯୋଡ଼ା ସମେତ କେତେକ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଦମକଳବାହିନୀ ପହଞ୍ଚତ୍ ସ୍ଥିତି ସ୍ବାଭାବିକ କରିଥିଲେ।
ଜୋରରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଦୀର୍ଘ ମାସ ବ୍ୟବଧାନରେ ବର୍ଷା ହେବା ଫଳରେ ଦିନର ତାପମାତ୍ରା ହ୍ରାସ ପାଇଛି। ବାରିପଦା ସହରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାରୁ ବିଭିନ୍ନ ସ୍ଥାନରେ ଅଭାବନୀୟ ପରିସ୍ଥିତି ଦେଖାଯାଇଛି। ଡ୍ରେନରୁ ଆବର୍ଜନାଯୁକ୍ତ ଦୂଷିତ ପାଣି ବାହାରି ରାସ୍ତାରେ ବୋହିବା ସହ ଦୋକାନ ଓ ବାସଗୃହରେ ପ୍ରବେଶ କରିଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ତୁହାକୁ ତୁହା ବର୍ଷା ଯୋଗୁ ବଜାରଘାଟ ଜନଶୂନ୍ୟ ହୋଇପଡ଼ିଥିଲା। ତେବେ ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଶିମିଳିପାଳର ଉତ୍ତର ଡିଭିଜନରେ ଗୋଟିଏ ଫାୟାର ପଏଣ୍ଟ ଚିହ୍ନଟ ହୋଇଥିଲା। ବର୍ଷା ହେବାରୁ ତାହା ଲିଭିଯାଇଛି। ବାରିପଦାରେ ୧୪ ମି.ମି ବୃଷ୍ଟିପାତ ରେକର୍ଡ ହୋଇଛି। ଶିମିଳିପାଳ ଅଭୟାରଣ୍ୟର ଦକ୍ଷିଣ ପିଠାବଟା ରେଞ୍ଜ୍‌ରେ ସର୍ବାଧିକ ୪୦ ମି.ମି. ଓ ଉତ୍ତର ପିଠାବଟା ରେଞ୍ଜରେ ସର୍ବନିମ୍ନ ୪ ମି.ମି ବର୍ଷା ହୋଇଥିବା ସୂଚନା ମିଳିଛି। ସେହିପରି ସନ୍ଧ୍ୟାରେ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri