ସାପ କାମୁଡାରେ ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଚାଲିଗଲା ଜୀବନ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦରପଙ୍ଗିଆ ସେବାଶ୍ରମ ସ୍କୁଲର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ସର୍ପ ଦଂଶନରେ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍କୁଲ ନିକଟସ୍ଥ ନବଗୋଛା ଗ୍ରାମର ଗୋବର୍ସି ପ୍ରଧାନଙ୍କ ସାନ ଝିଅ ରିଧି ପ୍ରଧାନ (୬)।

ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏଥିସହ ପୋଲିସ ୨୬/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମରଶରୀରକୁ ଜବତ କରି ବ୍ୟବଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ଘଟଣାରୁ ପ୍ରକାଶ ଯେ, ରିଧି ପ୍ରଥମ ଶ୍ରେଣୀ ଛାତ୍ରୀ ହୋଇଥିବା ଯୋଗୁ ଚଳିତ ବର୍ଷ ବିଦ୍ୟାଳୟରେ ନାମ ଲେଖାଇବା ସହ ହଷ୍ଟେଲରେ ରହି ପାଠ ପଢୁଥିଲେ। ରବିବାର ରାତି ପ୍ରାୟ ୩ଟା ସମୟରେ ରିଧି ହଷ୍ଟେଲରେ ଶୋଇଥିବା ବେଳେ
ହଠାତ୍‌ ଏକ ବିଷଧର ସାପ ତାଙ୍କୁ କାମୁଡି ଥିଲା। ଏହାପରେ ରିଧି ଚିତ୍କାର କରି ଉଠିପଡ଼ିଥିଲେ। ଫଳରେ ହଷ୍ଟେଲ ଦାୟିତ୍ୱରେ ଥିବା କର୍ମଚାରୀ ଏବଂ ଅନ୍ୟ ଛାତ୍ରୀମାନେ ଉଠି ଦେଖିବା ବେଳକୁ ଏକ ସାପ ସେଠାରେ ଥିବା ଦେଖିଥିଲେ। ଏହାପରେ ଛାତ୍ରୀମାନେ ସାପକୁ ବାଡେଇ ମାରିଦେଇଥିଲେ। ଏଥିସହ ହଷ୍ଟେଲ କର୍ତ୍ତୃପକ୍ଷ ରିଧିଙ୍କ ବାପାଙ୍କୁ ସୂଚନା ଦେଇଥିଲେ। ଏହାପରେ ତାଙ୍କୁ ଏକ ଅଟୋରେ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡିକାଲରେ ଡାକ୍ତର ସୋମବାର ସକାଳୁ ରିଧିଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଭଞ୍ଜନଗର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି, ଛାତ୍ରୀ ଜଣକ ଯେଉଁଭଳି ପରିସ୍ଥିତିରେ ମୃତ୍ୟୁବରଣ କଲେ ସେନେଇ ତଦନ୍ତ ଚାଲିଛି। ଏଥିସହ ସରକାରୀ ନିୟମ ଅନୁସାରେ ତାଙ୍କ ପରିବାରକୁ ଯାହା ସହାୟତା ଅଛି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri