ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ କଟିଯାଇଛି। ସୋମବାର ଭୋର୍‌ରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା।

ଆନ୍ଧ୍ରରୁ ନଡ଼ିଆ ବୋଝେଇ ଏକ ମିନି ଟ୍ରକ୍‌ ନଂ ଏପି ୦୭ ଟିଜି ୯୭୫୯ ଓଡ଼ିଶାର ଶେମିଳିଗୁଡ଼ା ଅଭିମୁଖେ ଯାଉଥିବା ସମୟରେ କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପୁକାଲି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଅନ୍ୟପକ୍ଷରେ ଉକ୍ତ ଦୁର୍ଘଟଣାରେ ମିନି ଟ୍ରକ୍‌ର ହେଲ୍‌ପର ଗୁରୁତର ହୋଇଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ହେଲପରଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଥିବାବେଳେ ଉଭୟ ପାର୍ଶ୍ୱରେ ଅଟକି ରହିଥିବା ସମସ୍ତ ଗାଡ଼ି ଚଳାଚଳକୁ ସ୍ବାଭାବିକ କରିଥିଲା। ତେବେ ମୃତ ଡ୍ରାଇଭର ଏବଂ ଗୁରୁତର ହେଲପରଙ୍କ ପରିଚୟ ଲେଖାହେବା ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri