ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏପି ୩୯ ଟିକ୍ୟୁ ୭୫୭୫ ନମ୍ବର ବିଶିଷ୍ଟ ୧୬ ଚକିଆ ଟ୍ରକ୍‌ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ ପହଞ୍ଚି ବହୁ କଷ୍ଟରେ ଗ୍ୟାସ୍‌ କଟର ମେଶିନ ସାହାଯ୍ୟରେ କିଛି ଅଂଶ କାଟି ଗାଡ଼ି ଚାଳକଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଯାଇଥିଲେ।

ପରିତାପର ବିଷୟ ଦୀର୍ଘ ମାସ ହେଲାଣି କଳିଙ୍ଗା ଘାଟିରେ ୧୦ଟି ସୋଲାର ଲାଇଟ୍‌ ଅଚଳ ହୋଇପଡ଼ିଛି। କିନ୍ତୁ ପ୍ରଶାସନ ନୀରବ ଦ୍ରଷ୍ଟା। ଉକ୍ତ ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ଜାତୀୟ ସଡ଼କ କର୍ତ୍ତୃପକ୍ଷ ନୀରବ ରହିବା ନେଇ ସାଧାରଣରେ ଆଲୋଚନା ହେଉଛି। ଏତେ ବଡ଼ ଦୁର୍ଘଟଣା ହୋଇଛି କିନ୍ତୁ କେହି ମୃତାହତ ହୋଇ ନ ଥିବା ସୂଚନା ଦେଇଛନ୍ତି ଉଦ୍ଧାରକାରୀ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri