ରାସ୍ତାରେ ଜଳିଗଲା ମାର୍ବଲ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ନିକଟ ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ମାର୍ବଲ ବୋଝେଇ ଏକ ଆଇଚର ଟ୍ରକ୍‌ ଜଳିଯାଇଛି। ଉକ୍ତ ଗାଡିଟି ହଂସପାଳରୁ ବରମୁଣ୍ଡା ଯାଉଥିବାବେଳେ ରାତି ୮ଟା ସମୟରେ ଏହି ଘଟଣା ଘଟିଥିଲା। ଓଭରବ୍ରିଜ ଉପରେ ହଠାତ୍‌ ଗାଡିରୁ ଧୂଆଁ ବାହାରିବା ପରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଏହା ଜାଣିବା ପରେ ଡ୍ରାଇଭର ଗାଡିକୁ ବ୍ରେକ୍‌ କରି ବାହାରି ଆସିଥିଲେ। ଟ୍ରକ୍‌ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ଲୋକେ ସେଠାକୁ ଦୌଡ଼ିଥିଲେ। ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଗାଡିର ଆଗ ଭାଗ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଶର୍ଟ ସର୍କିଟ ଯୋଗୁଁ ଏଭଳି ଘଟିଥିବା କୁହାଯାଉଛି। ଏଥିପାଇଁ ଜାତୀୟ ରାଜପଥର ଉକ୍ତ ପାର୍ଶ୍ୱରେ କିଛି ସମୟ ଟ୍ରାଫିକ ଜାମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri