ରାସ୍ତାରେ ଜଳିଗଲା ମାର୍ବଲ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ନିକଟ ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ମାର୍ବଲ ବୋଝେଇ ଏକ ଆଇଚର ଟ୍ରକ୍‌ ଜଳିଯାଇଛି। ଉକ୍ତ ଗାଡିଟି ହଂସପାଳରୁ ବରମୁଣ୍ଡା ଯାଉଥିବାବେଳେ ରାତି ୮ଟା ସମୟରେ ଏହି ଘଟଣା ଘଟିଥିଲା। ଓଭରବ୍ରିଜ ଉପରେ ହଠାତ୍‌ ଗାଡିରୁ ଧୂଆଁ ବାହାରିବା ପରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଏହା ଜାଣିବା ପରେ ଡ୍ରାଇଭର ଗାଡିକୁ ବ୍ରେକ୍‌ କରି ବାହାରି ଆସିଥିଲେ। ଟ୍ରକ୍‌ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ଲୋକେ ସେଠାକୁ ଦୌଡ଼ିଥିଲେ। ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଗାଡିର ଆଗ ଭାଗ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଶର୍ଟ ସର୍କିଟ ଯୋଗୁଁ ଏଭଳି ଘଟିଥିବା କୁହାଯାଉଛି। ଏଥିପାଇଁ ଜାତୀୟ ରାଜପଥର ଉକ୍ତ ପାର୍ଶ୍ୱରେ କିଛି ସମୟ ଟ୍ରାଫିକ ଜାମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri