Posted inରାଜ୍ୟ

ରାସ୍ତାରେ ଓଲଟିଲା ଆଳୁ ବୋଝେଇ ଟ୍ରକ୍‌, ବୋହି ନେଇଗଲେ ଲୋକେ

ଛତିଆ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ୧୬ ନଂ. ଜାତୀୟ ରାଜପଥର ଛତିଆ ହନୁମାନ ଢାବା ନିକଟରେ ମଙ୍ଗଳବାର ସକାଳେ ଏକ ଆଳୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଥିଲା। କୋଲକାତାରୁ ଆଳୁ ବୋଝେଇ କରି କଟକ ଜଗତପୁରକୁ ଆସୁଥିବା ଟ୍ରକ୍‌ ନଂ. (ଡବ୍ଲ୍ୟୁବି-୩୩-ସି-୨୯୩୦) ଛତିଆ ହନୁମାନ ଢାବା ନିକଟରେ ପୂର୍ବରୁ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଇଥିଲା।

ଦୁର୍ଘଟଣା ଯୋଗୁ ଟ୍ରକ୍‌ଟି ଓଲଟି ପଡ଼ିବାରୁ ରାସ୍ତାରେ ଏଣେ ତେଣେ ଆଳୁ ବିଛେଇ ହୋଇ ପଡ଼ିଥିଲା। ଆଳୁ ଉଠାଇବାରେ ଚାଳକ ଓ ହେଲଫରଙ୍କୁ ସାହାଯ୍ୟ କରିବା ବଦଳରେ ସ୍ଥାନୀୟ ଲୋକେ ଓ ରାଜପଥରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିଚାଳକମାନେ ବସ୍ତାବସ୍ତା ଆଳୁ ବୋହି ନେଇଥିଲେ। ଖବର ପାଇ ବୈରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଟ୍ରକ୍‌ରୁ ଆଳୁ ଖାଲି ହୋଇଯାଇଥିଲା। ଏହି ଦୁର୍ଘଟଣାରେ କେହି ଆହତ ହୋଇ ନାହାନ୍ତି। ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ ୨ଟିକୁ କ୍ରେନ୍‌ ସହାୟତାରେ ଉଠାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ଏହି ଦୁର୍ଘଟଣା ଯୋଗୁ ପ୍ରାୟ ୪୫ ମିନିଟ୍‌ ଧରି ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri