Posted inରାଜ୍ୟ

ରାସ୍ତାରେ ଓଲଟିଲା ଆଳୁ ବୋଝେଇ ଟ୍ରକ୍‌, ବୋହି ନେଇଗଲେ ଲୋକେ

ଛତିଆ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ୧୬ ନଂ. ଜାତୀୟ ରାଜପଥର ଛତିଆ ହନୁମାନ ଢାବା ନିକଟରେ ମଙ୍ଗଳବାର ସକାଳେ ଏକ ଆଳୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଥିଲା। କୋଲକାତାରୁ ଆଳୁ ବୋଝେଇ କରି କଟକ ଜଗତପୁରକୁ ଆସୁଥିବା ଟ୍ରକ୍‌ ନଂ. (ଡବ୍ଲ୍ୟୁବି-୩୩-ସି-୨୯୩୦) ଛତିଆ ହନୁମାନ ଢାବା ନିକଟରେ ପୂର୍ବରୁ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଇଥିଲା।

ଦୁର୍ଘଟଣା ଯୋଗୁ ଟ୍ରକ୍‌ଟି ଓଲଟି ପଡ଼ିବାରୁ ରାସ୍ତାରେ ଏଣେ ତେଣେ ଆଳୁ ବିଛେଇ ହୋଇ ପଡ଼ିଥିଲା। ଆଳୁ ଉଠାଇବାରେ ଚାଳକ ଓ ହେଲଫରଙ୍କୁ ସାହାଯ୍ୟ କରିବା ବଦଳରେ ସ୍ଥାନୀୟ ଲୋକେ ଓ ରାଜପଥରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିଚାଳକମାନେ ବସ୍ତାବସ୍ତା ଆଳୁ ବୋହି ନେଇଥିଲେ। ଖବର ପାଇ ବୈରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଟ୍ରକ୍‌ରୁ ଆଳୁ ଖାଲି ହୋଇଯାଇଥିଲା। ଏହି ଦୁର୍ଘଟଣାରେ କେହି ଆହତ ହୋଇ ନାହାନ୍ତି। ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ ୨ଟିକୁ କ୍ରେନ୍‌ ସହାୟତାରେ ଉଠାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ଏହି ଦୁର୍ଘଟଣା ଯୋଗୁ ପ୍ରାୟ ୪୫ ମିନିଟ୍‌ ଧରି ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri