ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୨ା୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଜକରାପଲ୍ଲୀ ଗ୍ରାମ ପାଳୁଖଳା ବୁଲାଣିରେ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ହଳଦୀ ବୋଝେଇ ଟ୍ରକ୍‌ (ନଂ.ଓଡି ୦୨ ବି -୯୮୮୦)ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ଦୁର୍ଘଟଣାଗସ୍ତ ହୋଇଛି। ରବିବାର ସକାଳେ ଘଟିଥିବା ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ନୟାଗଡ଼ ଇଟାମାଟି ନିକଟ ସରପଡ଼ା ଗ୍ରାମର ସୁରେଶ ଗୁରୁ। ଦୁର୍ଘଟଣା ଭୟଙ୍କର ଥିଲା। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ତଳେ ଚାପି ହୋଇଥିବା ଟ୍ରକ ଚାଳକଙ୍କ ମୃତଦେହକୁ ଗ୍ୟାସ କଟରରେ କାଟି ଉଦ୍ଧାର କରିଥିଲେ। ପରେ ହିଟାଚି ସାହାଯ୍ୟରେ ଟ୍ରକ୍‌କୁ ରାସ୍ତା ଉପରକୁ ଉଠାଯାଇଥିଲା। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି। ଏନେଇ ମୋକଦ୍ଦମା ରୁଜୁ କରାଯିବା ସହ ପୋଲିସ ଦୁର୍ଘଟଣାଗସ୍ତ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri