ରାସ୍ତା ପାର ହେଉଥିବା ବେଳେ ପିଟିଲା ଟ୍ରକ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ବରଗଡ ଅଫିସ,୨୧।୧୦- ବରଗଡ଼ ଦେଇ ଯାଇଥିବା ୫୩ ନଂଜାତୀୟ ରାଜପଥର ଘୁଲିପାଲି ଛକରେ ଶୁକ୍ରବାର ସାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଘୁଲିପାଲି ନିବାସୀ ୪୨ ବର୍ଷୀୟ ବିଶ୍ୱାମିତ୍ର ପଟେଲ । ସେ ନିଜର ଟିଭିଏସ ଗାଡିରେ ରାସ୍ତା ପାରି ହେବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଏହାପରେ ଘଟଣା ସ୍ଥଳରେ ଉତ୍ତେଜନା ବୃଦ୍ଧି ପାଇବା ସହ ଉତ୍ତ୍ୟକ୍ତ ଲୋକେ ରାଜପଥ ଅବରୋଧ କରିଥିଲେ। ମୃତ ବିଶ୍ୱାମିତ୍ରଙ୍କ ୫ବର୍ଷର ପୁଅ, ଛୋଟ ଝିଅ ଆଉ ସ୍ତ୍ରୀ ଅଛନ୍ତି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଦୁର୍ଘଟଣା ସ୍ଥଳରେ ଟ୍ରାଫିକ ସୁବ୍ୟବସ୍ଥା କରିବା ପାଇଁ ଲୋକେ ଦାବି କରିଥିଲେ। ସ୍ଥାନୀୟ ତହସିଲଦାର ଏବଂ ପୋଲିସ ପହଞ୍ଚି ସେ ନେଇ ବିହିତ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଅପରାହ୍ନ ୭ଟାରେ ରାସ୍ତାରୋକ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?