ତପ୍ତପାଣି ଘାଟିରେ ଓଲଟିଲା ଡ୍ରେସ୍‌ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୪ା୧୨(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଡ୍ରେସ୍‌ ବୋଝେଇ ଟ୍ରକ୍‌ (ନଂ. ଆର୍‌ଜେ ୧୧ଜିସି-୬୩୮୨) ଓଲଟି ପଡ଼ିଛି। ଦୁର୍ଘଟଣାରେ ଚାଳକ ଟ୍ରକ୍‌ ତଳେ ଚାପି ହୋଇ ରହିଥିଲେ। ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଏବଂ ପୋଡ଼ାମାରି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଟ୍ରକ୍‌ ଚାଳକଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଗାଡ଼ି ଚାଳକ ଜଣକ ହେଲେ ହରିୟାଣା ଫରିଦାବାଦ୍‌ ଥାନା ସୋତାଇ ହୋଲି ଛକର ସୋହନ ସିଂ। ପାଟପୁର ଥାନା ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ବୁଧବାର ସକାଳେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ଟ୍ରକ୍‌ଟି ହରିୟାଣାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri