କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ତା ପରେ..

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ୍‌ ଲାଡା ଗ୍ରାମ ନିକଟରେ ବୁଧବାର ସକାଳେ ଶର୍ଟ ସର୍କିଟ ଯୋଗୁ ଏକ କୋଇଲା ବୋଝେଇ ଟ୍ରକ୍‌ରେ ନିଅଁା ଲାଗିଯାଇଥିଲା। ତେବେ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ ଧରଣର ଦୁର୍ଘଟଣା ଏଡ଼ାଇ ଯାଇପାରିଛି। ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ରୁ ଛତିଶଗଡ଼ ଯାଉଥିବା କୋଇଲା ବୋଝେଇ ଟ୍ରକ୍‌(ନଂ.ସିଜି ୦୪ ଏମ୍‌ଏମ୍‌ ୪୩୦୮)ର ଇଞ୍ଜିନ ତାର ଶର୍ଟ ସର୍କିଟ ଯୋଗୁ କ୍ୟାବିନ୍‌ରେ ନିଆଁ ଲାଗିଯାଇଥିଲା। ଏହା ଦେଖି ଚାଳକ ତୁରନ୍ତ ଗାଡ଼ିରୁ ଡେଇଁପଡ଼ିବା ସହ ଶେଷଖାଲ ଥାନାକୁ ଖବର ଦେଇଥିଲେ। ପୋଲିସଠାରୁ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଟ୍ରକ୍‌ରେ ଥିବା କୋଇଲା ସାମାନ୍ୟ ଜଳିଆସୁଥିବା ବେଳେ ଅଗ୍ନିଶମ ବାହିନୀ ଏହାକୁ ରୋକିବାରେ ସଫଳ ହୋଇଥିବା ଶେଷଖାଲ ଥାନା ଅଧିକାରୀ ବିଜୟଲକ୍ଷ୍ମୀ ହିକ୍କା ସୂଚନା ଦେଇଛନ୍ତି। ତେବେ ଗାଡ଼ିର ଅନେକ ଅଂଶ ପୋଡ଼ିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri