ଓଲଟିଲା ଚାଉଳ ବୋଝେଇ ଟ୍ରକ, ବସ୍ତାବସ୍ତା ଚାଉଳ ବୋହିନେଲେ ଗାଁ ଲୋକେ, ପୋଲିସ ବିଳମ୍ବରେ ପହଞ୍ଚିବାରୁ…

ବଲାଙ୍ଗୀର,୧୭।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସଦର ବ୍ଲକ ଭୁତିଆରବାହାଲ ବାରପୁରିଆ ଗାଁ ରାସ୍ତା ରଜା ମୁଣ୍ଡା ଟ୍ରନିଂ ଛକଠାରେ ଶୁକ୍ରବାର ଏକ ଚାଉଳ ବୋଝେଇ ଟ୍ରକ ଓଲଟିଯାଇଛି । ଭୋର ୪ଟାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଆଖ ପାଖ ଅଞ୍ଚଳର ଗାଁ ଲୋକେ ଚାଉଳ ବୋଝେଇ ଟ୍ରକ ଓଲଟି ପଡ଼ିଥିବା ଜାଣିବା ପରେ ସ୍ଥାନୀୟ ଗାଁର ଲୋକେ ଆସି ଟ୍ରକରୁ ବସ୍ତା ବସ୍ତା ଚାଉଳ ଘରକୁ ବୋହି ନେଇଛନ୍ତି । ଚାଉଳ ବୋହିନେବା ପାଇଁ ଲୋକେ ଟଣାଓଟରା ହେଉଥିବା ମଧ୍ୟ ଦେଖିବାକୁ ମିଳିଛି। ଚାଉଳ ବୋଝେଇ ଟ୍ରକଟି ଛତିଶଗଡ଼ ରାୟପୁରରୁ ବଲାଙ୍ଗୀର ଆସୁଥିଲା। ଚାଉଳ ଚାଲାଣର କାଗଜପତ୍ର ଅଛି ନା ନାହିଁ, ଜଣାପଡିନାହିଁ। ଚାଉଳ ବୋଝେଇ ଟ୍ରକ ଓଲଟି ପଡ଼ିଥିବା ଦେଓଗାଁ ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା । ଚାଉଳ ବୋଝେଇ ଟ୍ରକରେ ଆଉ ଚାଉଳ ବସ୍ତା ନ ଥିବା ଦେଖିବାକୁ ପାଇଥିଲା । ଚାଉଳ ବୋଝେଇ ଟ୍ରକ ଗାଡିକୁ ନେଇ ଦେଓଗାଁ ପୋଲିସ ତଦନ୍ତ କରୁଥିବା ଥାନା ଅଧିକାରୀ ବୁଲୁ ମୁଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri