ପଡ଼ିଆରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରକ୍‌

କାମାକ୍ଷାନଗର, ୧୧।୧୦(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା କୁଟୁରିଆ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ିଆରେ ଶୋଇଥିବା ଏକ ଆଦିବାସୀ ମଲ୍ଲାର ପରିବାରର ୨ ସଦସ୍ୟଙ୍କ ଉପରେ ଏକ ଟ୍ରକ୍‌ ଚଢ଼ିଯିବାରୁ ସେମାନଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କାମାକ୍ଷାନଗର ଥାନା ଜୟପୁରାକାଟେଣି ପଞ୍ଚାୟତ ବେଲବସନ୍ତ ଗ୍ରାମର ରୁନୁ ପଧାନ (୩୫) ଓ ସାନ ପୁଅ ଲିପୁ ପଧାନ (୮)। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଗାଡ଼ି ନେଇ ସେଠାରୁ ଚମ୍ପଟ ମାରିଥିବା ବେଳେ ଖବରପାଇ ମଙ୍ଗଳବାର ସକାଳେ ମହାବିରୋଡ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଜୟପୁରାକାଟେଣି ପଞ୍ଚାୟତ ବେଲବସନ୍ତ ଗ୍ରାମର ଆଦିବାସୀ ମଲ୍ଲାର ପରିବାରର ଚିତ୍ର ପଧାନ (୬୫), ଜ୍ବାଇଁ ତ୍ରିନାଥ ପଧାନ (୪୦), ଝିଅ ରୁନୁ ପଧାନ (୩୫) ସେମାନଙ୍କ ୪ ସନ୍ତାନ କୁଟୁରିଆ ଯାତ୍ରା ପଡିଆରେ ରହୁଥିଲେ। ବଣ ଜଙ୍ଗଲ ବୁଲି ମହୁ ସଂଗ୍ରହ ଓ ମୂଲ ମଜୁରି ଲାଗି ସେମାନେ ଜୀବିକା ନିର୍ବାହ କରୁଥିଲେ। ରୁନୁଙ୍କ ବଡ଼ଝିଅ ବାହାରେ ରହି କାମ କରନ୍ତି। ସୋମବାର ରାତିରେ ପରିବାରର ସଦସ୍ୟମାନେ ପଡ଼ିଆରେ ଖୋଲା ଆକାଶ ତଳେ ଶୋଇଥିଲା ବେଳେ ଏକ ଟ୍ରକ୍‌ ରୁନୁ ଓ ତାଙ୍କ ସାନ ପୁଅ ଲିପୁ ଉପରେ ଚଢ଼ିଯାଇଥିଲା। ପାଖରେ ଶୋଇଥିବା ଚିତ୍ର, ଜ୍ୱାଇଁ ତ୍ରିନାଥ ଓ ୨ ପିଲା ଠୁରୁ ପଧାନ (୧୦ବର୍ଷ), ସାନ ଝିଅ ସମ୍ବାରୀ(୩ବର୍ଷ) ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ। ଗ୍ରାମବାସୀ ଏ ନେଇ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବା ପରେ ଆମ୍ବୁଲାନ୍ସ ଯୋଗେ ରୁନୁ ଓ ପୁଅ ଲିପୁକୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ଡାକ୍ତର ରୁନୁଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅବସ୍ଥାରେ ଲିପୁଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ କାମାକ୍ଷାନଗର ଏସ୍‌ଡିପିଓ ପ୍ରଭାତ କୁମାର ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏ ସଂକ୍ରାନ୍ତରେ ମହାବିରୋଡ୍‌ ଥାନାରେ ନଂ. ୧୬୯/୨୩ରେ ଏକ ମାମଲା ରୁଜୁ କରାଯାଇଛି। କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ ଏହି ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହିତ ରେଡ୍‌କ୍ରସରୁ ତୁରନ୍ତ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ପରବର୍ତ୍ତୀ ସମୟରେ ସରକାରଙ୍କ ନିୟମ ଅନୁସାରେ ସହାୟତା ଦିଆଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri