Posted inଜାତୀୟ

ପ୍ରକୃତ ‘ସେବକ’ ଅହଂକାରୀ ନୁହନ୍ତି: ଭାଗବତ

ନାଗପୁର,୧୨ା୬:ପ୍ରକୃତ ‘ସେବକ’ ଅହଂକାର ନ କରି ମର୍ଯ୍ୟାଦାର ସହ ଲୋକଙ୍କ ସେବା କରନ୍ତି ବୋଲି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ କହିଛନ୍ତି। ନାଗପୁରରେ ଭାଗବତ ଆହୁରି କହିଛନ୍ତି, ଉଭୟ ଶାସକ ଓ ବିରୋଧୀଙ୍କ ତିକ୍ତତାପୂର୍ଣ୍ଣ ନିର୍ବାଚନୀ ପ୍ରଚାର ମର୍ଯ୍ୟାଦା ରକ୍ଷା କରାଯାଇ ନ ଥିବା ଦର୍ଶାଉଛି। ଏପରି କି ସଂଘକୁ ମଧ୍ୟ ପ୍ରଚାର ଭିତରକୁ ଟଣାଯାଇଥିଲା। ଲୋକେ ପରସ୍ପରକୁ କାଦୁଅ ଫିଙ୍ଗି, ଟେକ୍ନୋଲୋଜିର ଦୁରୁପଯୋଗ କରିବା ସହ ମିଥ୍ୟା ପ୍ରଚାର କରିବାକୁ ପଛାଇ ନାହାନ୍ତି। ନିର୍ବାଚନ ବେଳେ ଏହା ଏକ ଦୁର୍ଭାଗ୍ୟଜନକ ବିଷୟ ବୋଲି ଭାଗବତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେହିପରି ଜାତିଆଣ ହିଂସା ପ୍ରଭାବିତ ମଣିପୁରକୁ ଯେପରି ପ୍ରାଧାନ୍ୟ ଦିଆଯିବା କଥା, ସେପରି କରାଯାଇ ନାହିଁ ବୋଲି ସେ କହିଛନ୍ତି।
ଲୋକ ସଭା ନିର୍ବାଚନ ପରେ ଏହା ହେଉଛି ଭାଗବତଙ୍କ ପ୍ରଥମ ବକ୍ତବ୍ୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ପାଇଁ ସରକାର ଗଢ଼ିଥିବାବେଳେ ଏଥର ପୂର୍ବଭଳି ଜନସମର୍ଥନ ମିଳିନାହିଁ। ମୋଦି ‘୪୦୦ ପାର୍‌’ ନାରା ଦେଇ ନିର୍ବାଚନ ଲଢ଼ିଥିଲେ ହେଁ ଭାଜପାକୁ ୫୪୩ରୁ ୨୪୦ ଆସନ ମିଳିଛି, ଯାହାକି କୁହୁକ ସଂଖ୍ୟା ୨୭୨ଠାରୁ ୩୨ କମ୍‌। ତେଣୁ ଭାଗବତଙ୍କ ମନ୍ତବ୍ୟକୁ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri