କର୍କଟ ପୀଡ଼ିତ ନାବାଳକଙ୍କ ଗୋଡ଼ରୁ ବାହାରିଲା ଟ୍ୟୁମର

କଟକ ଅଫିସ,୧୫ା୯: ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲର ଡାକ୍ତରୀ ଟିମ୍‌ ଅସ୍ଥି କର୍କଟରେ ଆକ୍ରାନ୍ତ ଜଣେ ୧୩ବର୍ଷର ନାବାଳକ ଗୋଡ଼ରୁ ସଫଳତାର ସହ ଏକ ଟ୍ୟୁମର ବାହାର କରି ତାକୁ ନୂଆ ଜୀବନ ଦେଇଛନ୍ତି। ନାବାଳକଙ୍କଠାରେ ପ୍ରଥମ ଲୋୟର ଲିମ୍ବ ସାଲ୍‌ଭେଜ ସର୍ଜରି କରାଯାଇ ଓଡ଼ିଶାରେ ପ୍ରଥମ ଥର ପାଇଁ ଏଭଳି ବିରଳ ସର୍ଜରି କରାଯାଇଥିବା ହସ୍‌ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଡାକ୍ତରମାନେ ଏହି ଅସ୍ତ୍ରୋପଚାର ଜରିଆରେ ପ୍ରଭାବିତ ଅସ୍ଥି ଅଂଶକୁ ବାହାର କରି ସେହି ସ୍ଥାନରେ ପ୍ରୋସ୍‌ଥେଟିକ୍ସ ଖଞ୍ଜି ଉକ୍ତ ବାଳକଙ୍କ ଅଙ୍ଗକୁ ସୁରକ୍ଷିତ ରଖିବାରେ ସଫଳ ହୋଇପାରିଛନ୍ତି। ଏହି ଅସ୍ତ୍ରୋପଚାର ସର୍ଜିକାଲ ଅଙ୍କୋଲୋଜିଷ୍ଟ ଡା. ଜ୍ୟୋତି ରଞ୍ଜନ ସ୍ବାଇଁ, ଅର୍ଥୋପେଡିକ ଅଙ୍କୋଲୋଜିଷ୍ଟ ଡା. କ୍ଷିତୀଶ ମହାନ୍ତି ଓ ସେମାନଙ୍କ ଚିକିତ୍ସା ଦଳ ଦ୍ୱାରା ସମ୍ପାଦିତ ହୋଇଛି। ବାଳକ ଜଣକ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ କରାଯିବା ପରେ ତାଙ୍କ ମାତାପିତା ଦୁଃଖରେ ଭାଙ୍ଗିପଡିଥିଲେ। ତେବେ ଏଠାରେ ଡାକ୍ତରୀଦଳଙ୍କ ଠାରୁ ଭରସା ପାଇ ପୁଅକୁ ଚିକିତ୍ସା ନିମନ୍ତେ ରାଜି ହୋଇଥିଲେ। ନାବାଳକ ଜଣକ ଏବେ ସୁସ୍ଥ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri