ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ ପର୍ବ ଅବସରରେ ୨ଦିନ ପୂର୍ବରୁ ଭାଇଚାରା, ସମାନତା ଓ ସାମାଜିକ ଏକତାର ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତା ଦେଇ ପଶ୍ଚିମ ଓଡିଶା ସମ୍ବଧାନ ସୁରକ୍ଷା ମଞ୍ଚ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅସହାୟ ବୃଦ୍ଧାବୃଦ୍ଧଙ୍କୁ ସମ୍ମାନର ସହିତ ନୂଆଖାଇ ଅଢିଆ, ନୂଆ ବସ୍ତ୍ର ପ୍ରଦାନ କରାଯାଇଥିଲା। ପବିତ୍ର ଦେହେରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଆରମ୍ଭରୁ ଏକ ଶୋଭାଯାତ୍ରା ବାହାରି ଭାରତ ରତ୍ନ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଯାଇଥିଲା ।

ସେଠାରେ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । କାର୍ଯ୍ୟକ୍ରମରେ ଡଃ ତପସ୍ୱିନୀ ଗୁରୁ, ପ୍ରୀତମ ସିଂ, ରମେଶ ମହାପାତ୍ର, ନରେନ୍ଦ୍ର ନାୟକ, ଅନୁପମା ନାଗ, ବୀଣାପାଣି ଖଣ୍ଡିତ, ଅଞ୍ଜନା ନାଗ, ବିପ୍ରଚାରଣ ଜୟପୁରିଆ ପ୍ରମୁଖ ଅତିଥିଭାବେ ଯୋଗଦେଇ ଥିଲେ । ଅତିଥିମାନେ କହିଥିଲେ, ନୂଆଁଖାଇ ପର୍ବରେ ବେଦ ପୂରାଣ ଏବଂ ସମ୍ବିଧାନର ମୌଳିକତା ପରିଦର୍ଶିତ ହୋଇଥାଏ । ପ୍ରକୃତିଠାରୁ ପିତୃପୁରୁଷଙ୍କ ପୂଜା ପର୍ଯ୍ୟନ୍ତ ଏବଂ ପଶୁଠାରୁ କୀଟ ପତଙ୍ଗମାନଙ୍କ ମଧ୍ୟ ପୂଜା କରାଯାଇଥାଏ ବୋଲି ସେମାନେ କହିଥିଲେ। ପରେ ଅସହାୟ ବୃଦ୍ଧାବୃଦ୍ଧଙ୍କୁ ଶ୍ରଦ୍ଧା, ସମ୍ମାନ ଜଣାଇ ଅଢିଆ ନୂତନ ବସ୍ତ୍ର ଦେଇ ଅତିଥିବୃନ୍ଦ ସେମାନଙ୍କଠାରୁ ଆଶୀର୍ବାଦ ନେଇଥିଲେ ।

ଏହି କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ଗୀତାଞ୍ଜଳି ପୋଢ, ସନ୍ତୋଷିନୀ ନାଗ, ସରଜୁ କୁଅଁର ଗୀତ ଗାଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ପରେ ଦେଶୀ ବିହନ ସଂରକ୍ଷକ ସୁଦାମ ସାହୁ, ଅଞ୍ଜନା ଦାସ, ଅଶୋକ ଅଗ୍ରୱାଲ, ଅନିରୋଦ୍ଧ ନାୟକ, ମନ୍ଦାକିନୀ ପତି, ସଂଯୁକ୍ତା ସୁନା,କିଶୋର ସାହୁ, ସାବିତ୍ରୀ ବାଇ ଫୁଲେ ସଂଘ ସଭାପତି ଅନୁପମା ନାଗ, ଶକୁନ୍ତଳା ସୁନା, ମନ୍ଦାକିନୀ ପତି, ମାମି ମିଶ୍ର, ସଂଯୁକ୍ତା ସୁନାଙ୍କୁ ସମ୍ମାନିତ କରାଯାଇଥିଲା । ପ୍ରିୟା ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?