ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ ଇଷ୍ଟଦେବୀ ମାଁ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ ଦର୍ଶନ ଦେଲା ପରେ ଆଜି ମଙ୍ଗଳବାର ସକାଳେ ନିଜ ଆସ୍ଥାନ ବିରାଜମାନ କରିଛନ୍ତି । ପୂଜକ ଭକ୍ତଙ୍କ ପିଠିରେ ମାଁଙ୍କୁ ଆସ୍ଥାନକୁ ନେଇଥିଲେ। ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ଦ୍ୱିତୀୟI ତିଥିରୁ ଆରମ୍ଭ ହୋଇଥିବାବେଳେ ଲାଞ୍ଜିଗଡ ରାଜ ଉଆସରୁ ମାଁଙ୍କ ଘଣ୍ଟକୁ ଶୃଙ୍ଗାର କରି ଗାଁ ମଝିରେ ଥିବା ମନ୍ଦିରକୁ ଅଣାଯାଇ ପୂଜାର୍ଚ୍ଚନା କରି ପୂଜକମାନେ ଆହ୍ୱାନ କରିଥିଲେ। ଜମ୍ବେଶ୍ୱର ପୂଜାରୀ ମାଁଙ୍କ ଘଣ୍ଟକୁ ମୁଣ୍ଡରେ ବହନ କରିଥିବା ବେଳେ ମନୋରଞ୍ଜନ ମାଝୀ ମାଁଙ୍କ ଛତର ଧରିଥିଲେ ଏବଂ ମାଁଙ୍କ ମୁଖ୍ୟ ପୂଜକ ଅଭିମନ୍ୟୁ ପାତ୍ର ମାଁଙ୍କ ପୂଜାର୍ଚନା ସହିତ ଘଣ୍ଟ ସାଙ୍ଗରେ ଅଞ୍ଚଳର ବିଭିନ୍ନ ଗାଁ ପରିକ୍ରମା କରିଥିଲେ ଏବଂ ଭକ୍ତମାନେ ମାଁଙ୍କୁ ଦର୍ଶନ କରିଥିଲେ। ଦୀର୍ଘ ୮ ଦିନ କାଳ ବିଭିନ୍ନ ଗାଁକୁ ଯାଇ ଭକ୍ତ ମାନଙ୍କ ଘରେ ପୂଜା ପାଇବା ପରେ ନବମ ଦିନ ନିଜ ମନ୍ଦିରରେ ଗୋଟିଏ ଦିନ ପାଇଁ ବିଶ୍ରାମ ନେଇଥିଲେ। ପୁଣି ସେହିଦିନ ସନ୍ଧ୍ୟାରେ ଲାଞ୍ଜିଗଡ ରାଜାଙ୍କ ଘରକୁ ଯାଇ ପୂଜା ପାଇବା ପରେ ନବମ ଦିବସ ରାତିସାରା ଲାଞ୍ଜିଗଡ ସହରର ସମସ୍ତ ଘରକୁ ଯାଇ ଝୁଣା, ପଣାପାଣି, ଗଜାମୁଆ ଇତ୍ୟାଦି ଭୋଗ ଗ୍ରହଣ କରିଥିଲେ। ଶୁକ୍ରବାର ଉଦଯାପନି ଦିବସରେ ମାଁଙ୍କ ସେବକ ପୂଜାରୀ ପଡ଼ାରୁ ଏକ ବିରାଟ ଆଡୁଆଳରେ ମାଁଙ୍କୁ ମନ୍ଦିରକୁ ଆଣିଥିଲେ। ଗ୍ରାମର ପ୍ରତ୍ୟେକ ପଡାବାସୀ ନିଜ ଦ୍ବାର ସାମ୍ନାରେ ଚିତା ଆଙ୍କି ଘଣ୍ଟ, ଘଣ୍ଟା, ଶଙ୍ଖ, ଖୋଳତାଳ ବାଦ୍ୟରେ ମାଁଙ୍କୁ ସ୍ୱାଗତ କରି ଭୋଗ ଅର୍ପଣ କରିଥିଲେ । ମାନସିକଧାରୀ ମାନେ ବୋଦା, କୁକୁଡ଼ା, ପାରା ବଳି ମଧ୍ୟ ଦେଇଥିବାର ଦେଖିବାକୁ ମିଳିଥିଲା। ମାଁ ଠାକୁରାଣୀ ପରେ ନିଜ ଆସ୍ଥାନକୁ ଆସିବା ସମୟରେ ଭକ୍ତ ମାନଙ୍କ ପିଠିରେ ଚଢି ନିଜ ଆସ୍ଥାନରେ ବିରାଜମାନ କରିଥିଲେ । ମାଁ ପିଠି ଉପରେ ଚଢି ଆସିଲେ ବିଭିନ୍ନ ରୋଗ ଶୋକ ଦୂର ହେବା ସହ ଶାନ୍ତିମୟ ଜୀବନଯାପନ କରିବାର ବିଶ୍ୱାସ ରହିଛି। ମନ୍ଦିରକୁ ଆସିବା ପରେ ଗ୍ରାମର ସମସ୍ତଙ୍କ ଘରୁ ଶସ୍ୟ ସଂଗ୍ରହ କରାଯାଇଥିଲା। ସେହି ଶସ୍ୟଙ୍କୁ ମାଁଙ୍କ ଘରେ ପୂଜାର୍ଚ୍ଚନା କଲା ପରେ ଭକ୍ତ ମାନଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ସେହି ଶସ୍ୟକୁ ରଖି ଅକ୍ଷୟ ତୃତୀୟାରେ ବାହାର କରି ଜମିରେ ଦେଲେ ଭଲ ଅମଳ ହୁଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ମାଁ ଠାକୁରାଣୀଙ୍କ ୯ ଦିନ ଧରି ଏହି ଘଣ୍ଟଯାତ୍ର ମହା ଆଡମ୍ବର ସହିତ ପାଳନ ହୋଇଥିବା ବେଳେ ମନ୍ଦିରକୁ ଆଲୋକମାଳାରେ ସୁସଜିତ କରାଯାଇଥିଲା। ଭକ୍ତଙ୍କ ମନରଞ୍ଜନ ପାଇଁ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଯାତ୍ରାକୁ ଶାନ୍ତିଶୃଙ୍ଖଳା ସହିତ ପାଳନ କରିବା ପାଇଁ ମାଁ ଠାକୁରାଣୀ ପୂଜା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri