ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ: ଡ୍ରାଇଭର ମୃତ, ହେଲପର ଗୁରୁତର

ଠାକୁରମୁଣ୍ଡା,୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଶାଳ ଗଛରେ ପିଟି ହେବାରୁ ଭ୍ୟାନ ଭିତରେ ଚାପି ହୋଇ ଡ୍ରାଇଭରର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏଥିସହ ଭ୍ୟାନର ହେଲପରଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ କଟକ ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ,କପିଳାସରୁ କୁକୁଡ଼ା ବୋଝେଇ କରି ଓ ୦୯ କିୟୁ ୦୧୬୮ ବିଶିଷ୍ଟ ପିକ୍‌ଅପ ଭ୍ୟାନ କରଞ୍ଜିଆ ଦେଇ ଠାକୁରମୁଣ୍ଡା ଆସୁଥିବା ସମୟରେ ଆଜି ଭୋର୍‌ ସମୟରେ ପେଟ୍ରୋଲ ପମ୍ପ ନିକଟ ରାସ୍ତା କଡ଼ ଗଛରେ ଯାଇ ଜୋରରେ ପିଟି ହୋଇଥିଲା। ଗଛରେ ପିଟି ହେବାରୁ ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ। ମୃତ ଡ୍ରାଇଭର ଜଣକ କେନ୍ଦୁଝର ଅଞ୍ଚଳର ବିଜୟ ଲୋହାର ଏବଂ ଗୁରୁତର ଥିବା ହେଲପର ପାଣୁ। ତାଙ୍କ ଘର କରଞ୍ଜିଆ ନିକଟ କଙ୍କଡ଼ା ଗ୍ରାମରେ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଠାକୁରମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?